ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଟଲି ପଞ୍ଚାୟତ ସମିତି ସଭାଗୃହରେ ଆୟୋଜିତ ଏହି ବୈଠକରେ ବରଗଡ଼ ଉପ-ଜିଲାପାଳ ପ୍ରସନ୍ନ କୁମାର ପାଣ୍ଡେ ଅଧ୍ୟକ୍ଷତା କରିଥିଲେ।

ଉପ-ଜିଲାପାଳ ପାଣ୍ଡେଙ୍କ ସୂଚନା ଅନୁଯାୟୀ, ଆସନ୍ତା ଜୁଲାଇ ୧୪ ତାରିଖରେ ନେତ୍ରୋତ୍ସବ ଓ ୧୫ ତାରିଖରେ ନବଯୌବନ ଦର୍ଶନ ଅନୁଷ୍ଠିତ ହେବ। ଏହାପରେ ୧୬ ତାରିଖରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଏବଂ ୨୪ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହେବ। ଚଳିତ ବର୍ଷ ଦ୍ବିତୀୟ ଥର ପାଇଁ ଆସନ୍ତା ୨୫ ତାରିଖ ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ୨୬ ତାରିଖରେ ଅଧରପଣା ଭୋଗ ଲାଗି ହେବା ସହ ସେହିଦିନ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଉତ୍ସଵ ଅନୁଷ୍ଠିତ ହେବ। ବୈଠକ ପ୍ରାରମ୍ଭରେ ତହସିଲଦାର ରାମକୃଷ୍ଣ ମିଶ୍ର ସମସ୍ତଙ୍କୁ ସ୍ୱାଗତ କରିବା ସହ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।

ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରଥ ନିର୍ମାଣ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ କାରିଗରମାନଙ୍କୁ ଅନୁରୋଧ କରାଯାଇଛି। ଭଟଲି ଗ୍ରାମ ପଞ୍ଚାୟତ ଏବଂ ବ୍ଳକ ପ୍ରଶାସନର ମିଳିତ ଉଦ୍ୟମରେ ରାସ୍ତାଘାଟ ପରିଷ୍କାର ପରିଚ୍ଛନ୍ନ କରାଯିବ ଓ ବଡ଼ଦାଣ୍ଡ ରାସ୍ତାର ମରାମତି କରାଯିବ। ବଡ଼ଦାଣ୍ଡ ରାସ୍ତାର ଜବରଦଖଲ ଉଚ୍ଛେଦ ପାଇଁ ରଥଯାତ୍ରା ପରିଚାଳନା କମିଟି ସଦସ୍ୟଙ୍କ ସହ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ (BDO), ସ୍ଥାନୀୟ ରାଜସ୍ବ ନିରୀକ୍ଷକ (RI) ଓ ପୋଲିସ ଅଧିକାରୀ ମିଳିତ ଭାବେ ନିରୀକ୍ଷଣ କରି ବିହିତ ପଦକ୍ଷେପ ନେବେ। ମାଉସୀ ମାଁ ମନ୍ଦିର ପରିସରରେ ନିଶା କାରବାର ରୋକିବା, ପାର୍କିଂ ସ୍ଥାନରେ ବିଦ୍ୟୁତ ବ୍ୟବସ୍ଥା ଏବଂ ଯାନବାହନ ଚଳାଚଳର ସୁବନ୍ଦୋବସ୍ତ ପାଇଁ ପୋଲିସ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ଚୋରି ଓ ପକେଟମାର୍ ଭଳି ଅଘଟଣ ରୋକିବାକୁ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଯିବ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସଡିପିଆରଓ ସନତ ପାଢ଼ୀ, ଏସଡିପିଓ ପଦାରବିନ୍ଦ ତ୍ରିପାଠୀ, ଭଟଲି ଥାନାଧିକାରୀ ବିଭୁତି ଭୁଷଣ ଦଳେଇ, ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଜିତ ହାଁସଦା ମଞ୍ଚାସୀନ ଥିଲେ। ଏଥିସହିତ ମନ୍ଦିର ପୂଜକ ଗୌରଚନ୍ଦ୍ର ରଥ, ମନ୍ଦିର ଟ୍ରଷ୍ଟ ବୋର୍ଡର ନୂତନ ମ୍ୟାନେଜିଂ ଟ୍ରଷ୍ଟି ମୋତିଲାଲ ବନଛୋର, ପୂର୍ବତନ ସରପଞ୍ଚ ପ୍ରହଲ୍ଲାଦ ପଧାନ, ପିଇଓ ଭୁବନେଶ୍ୱର ପଧାନ, ବରିଷ୍ଠ ନାଗରିକ ସଂଘ ସଭାପତି ଜଗଦିଶ ସାହୁ ଏବଂ ବନପାଳ କଂଗ୍ରେସ ସୁନା ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?