ନକଲି ପ୍ରଶ୍ନପତ୍ର, ଗୁଜବକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ଏବଂ ଯୁକ୍ତ୨ ପରୀକ୍ଷା ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶ୍ନପତ୍ର ନୋଡାଲ୍‌ ସେଣ୍ଟରରେ ସୁରକ୍ଷିତ ରଖିବାଠାରୁ ଆରମ୍ଭ କରି ପ୍ରଶ୍ନପତ୍ର ଓ ପରୀକ୍ଷା ଖାତା ପରୀକ୍ଷା କେନ୍ଦ୍ରରେ ପହଞ୍ଚାଇବା, କେନ୍ଦ୍ରରେ ପରୀକ୍ଷା ସଞ୍ଚାଳନ, ଉତ୍ତର ଖାତାଗୁଡ଼ିକୁ ମୂଲ୍ୟାୟନ କେନ୍ଦ୍ରକୁ ପରିବହନ ଏବଂ ମୂଲ୍ୟାୟନ ଆଦି ସମସ୍ତ ପର୍ଯ୍ୟାୟକୁ ଶୃଙ୍ଖଳିତ କରିବା ନିମନ୍ତେ ପୂର୍ଣ୍ଣ ସହଯୋଗ ଓ ସାହାଯ୍ୟ ଯୋଗାଇବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସମସ୍ତ ଜିଲାପାଳ ଏବଂ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ନିଜ ଜିଲାର ସମସ୍ତ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ କେତେକ କ୍ଲଷ୍ଟରରେ ସଙ୍ଗଠିତ କରି ଜଣେ ଜଣେ ଦାୟିତ୍ୱ ସମ୍ପନ୍ନ ଅଧିକାରୀଙ୍କୁ ପ୍ରତି ସେକ୍ଟରରେ ସମ୍ପୂର୍ଣ୍ଣ ପରୀକ୍ଷା ପରିଚାଳନାରେ ଭାଗ ନେବା ପାଇଁ ମୁଖ୍ୟ ଶାସନ ସଚିବ ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ପରୀକ୍ଷାଗତ ଆଇନ୍‌ ଶୃଙ୍ଖଳା ନିମନ୍ତେ ପ୍ରତି ସେକ୍ଟରୱାରି ଆବଶ୍ୟକୀୟ ପୋଲିସ ଏବଂ ଗାଡ଼ି ଆଦି ମୁତୟନ କରାଯିବ। ପ୍ରତି ନୋଡାଲ୍‌ ସେଣ୍ଟରରେ ସିସିଟିଭି ନିରୀକ୍ଷଣ ସହ କଡ଼ା ନିରାପତ୍ତା ବ୍ୟବସ୍ଥା କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ନକଲି ପ୍ରଶ୍ନପତ୍ର ପ୍ରତି ଅଧିକ ଗୁରୁତ୍ୱ ଦିଆଯାଇଛି। ବିଶେଷତଃ ସୋସିଆଲ୍‌ ମିଡିଆ ମାଧ୍ୟମରେ ରାତାରାତି ଧନୀ ହେବା ପାଇଁ ନକଲି ପ୍ରଶ୍ନପତ୍ର ସଞ୍ଚାର କରୁଥିବା ବ୍ୟକ୍ତି ଏବଂ ପ୍ରଶ୍ନପତ୍ର ବା ଉତ୍ତର ଖାତା ଆଦି ବିଷୟରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ମୁଖ୍ୟ ଶାସନ ସଚିବ ଏସ୍‌ପିମାନଙ୍କୁ ପରାମର୍ଶ ଦେଇଛନ୍ତି। ଏପରି ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତିଙ୍କୁ ଠାବକରି ସେମାନଙ୍କ ବରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ପରୀକ୍ଷା ପରିଚାଳନା ଓ ମୂଲ୍ୟାୟନ ପ୍ରକ୍ରିୟା ସମ୍ବନ୍ଧିତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ। ଚଳିତ ବର୍ଷ ୫,୮୫,୭୩୦ ଜଣ ପରୀକ୍ଷାର୍ଥୀ ମାଟ୍ରିକ୍‌ ଏବଂ ୩,୨୧,୫୦୮ ଜଣ ଯୁକ୍ତ୨ ପରୀକ୍ଷା ଦେବେ। ଛାତ୍ରୀଛାତ୍ରମାନେ ନିଜ ନିଜ ବିଦ୍ୟାଳୟ ବା ନିକଟତମ ବିଦ୍ୟାଳୟରେ ପରୀକ୍ଷା ଦେବାର ବ୍ୟବସ୍ଥା କରାଯାଇଛି ବୋଲି ସେଠୀ କହିଥିଲେ। ଇତି ମଧ୍ୟରେ ନୋଡାଲ୍‌ ସେଣ୍ଟରଗୁଡ଼ିକୁ ପ୍ରଶ୍ନ ଓ ଉତ୍ତରଖାତା ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ପରୀକ୍ଷା କେନ୍ଦ୍ରରେ ଯେପରି ଛାତ୍ରୀଛାତ୍ରମାନେ ସୁବିଧାରେ ପରୀକ୍ଷା ଦେଇପାରିବେ ସେଥିପାଇଁ ଆବଶ୍ୟକ ଆୟୋଜନ କରାଯାଉଛି ବୋଲି ସେ କହିଛନ୍ତି। ସବୁ ଜିଲାର ଜିଲାପାଳ ଏବଂ ଏସ୍‌ପିମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏଥିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri