ଭୁବନେଶ୍ୱର,୨୬।୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ଭାରତୀୟ ପ୍ରଶାସନିକ ସେବା ନିୟମ ସଂଶୋଧନକୁ ନେଇ ରାଜ୍ୟ ସରକାର ଆପତ୍ତି ଉଠାଇଛନ୍ତି। ଏ ନେଇ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। ବିଭିନ୍ନ ରାଜ୍ୟ ଏହାକୁ ବିରୋଧ କରିବା ପରେ ଓଡ଼ିଶା ସରକାର ମଧ୍ୟ କେନ୍ଦ୍ରର ଏହି ପ୍ରସ୍ତାବରେ ସହମତ ହୋଇନାହାନ୍ତି। ପୂର୍ବ ପ୍ରଚଳିତ ନିୟମ ଲାଗୁ କରିବା ଓ ଖାଲି ଥିବା ପ୍ରଶାସନିକ ସେବା ପଦ ପୂରଣ କରିବା ପାଇଁ ରାଜ୍ୟ ସରକାର ଦାବି କରିଛନ୍ତି।
କେନ୍ଦ୍ର ଦ୍ୱାରା ଅଣାଯାଇଥିବା ସଂଶୋଧିତ ପ୍ରସ୍ତାବ ଅନୁସାରେ ଆଇଏଏସ୍ ଓ ଆଇପିଏସ୍ ଅଫିସରଙ୍କୁ କେନ୍ଦ୍ରୀୟ ଡେପୁଟେଶନରେ ନେବା ଲାଗି ଆଉ ରାଜ୍ୟର ଅନୁମତି ଆବଶ୍ୟକ ପଡ଼ିବ ନାହିଁ। ବର୍ତ୍ତମାନର ନିୟମ ଅନୁସାରେ କେଉଁ ଅଫିସର କେନ୍ଦ୍ରୀୟ ଡେପୁଟେଶନରେ ଯିବେ, ରାଜ୍ୟ ସରକାର ତା’ର ଏକ ତାଲିକା ପ୍ରଦାନ କରନ୍ତି। ଜାନୁୟାରୀ ୨୫ ସୁଦ୍ଧା ପକ୍ଷ ରଖିବା ଲାଗି
କେନ୍ଦ୍ର ପକ୍ଷରୁ ରାଜ୍ୟମାନଙ୍କୁ କୁହାଯାଇଛି। ଯଦି କେନ୍ଦ୍ରୀୟ ଡେପୁଟେଶନରେ ଅଫିସରମାନଙ୍କୁ ନିଆଯିବ ତାହାହେଲେ ଉନ୍ନୟନମୂଳକ ଯୋଜନା ବାଧାପ୍ରାପ୍ତ ହେବା ସହ ଯୋଜନା କାର୍ଯ୍ୟକାରୀ ହୋଇପାରିବ ନାହିଁ ବୋଲି ରାଜ୍ୟ ସରକାର କହିଛନ୍ତି। କେନ୍ଦ୍ର ସରକାରଙ୍କ ଅଧୀନକୁ କୌଣସି କେନ୍ଦ୍ରୀୟ କର୍ମଚାରୀଙ୍କୁ ନେବା ପୂର୍ବରୁ ସେମାନଙ୍କ ସହମତି ଆବଶ୍ୟକ ବୋଲି ବିଜେଡି ଏମ୍ପି ଅମର ପଟ୍ଟନାୟକ ଟୁଇଟ କରି କହିଛନ୍ତି।
ପୂର୍ବରୁ ଏହି ପ୍ରସ୍ତାବକୁ ନେଇ ମହାରାଷ୍ଟ୍ର, କେରଳ, ତାମିଲନାଡୁ, ପଶ୍ଚିମବଙ୍ଗ, ତେଲଙ୍ଗାନା, ଛତିଶଗଡ଼ ଓ ରାଜସ୍ଥାନ ସରକାର ଆପତ୍ତି ଉଠାଇଛନ୍ତି। ଏହି ପ୍ରସ୍ତାବକୁ ରାଜ୍ୟ କଂଗ୍ରେସ ବିରୋଧ କରିଥିବା ବେଳେ ଭାଜପା ସମର୍ଥନ କରିଛି। ଏ ନେଇ ବିଜେଡି ବିଧାୟକ ଅମର ଶତପଥୀ କହିଛନ୍ତି, ଆମର ଗୋଟିଏ ସଂଘୀୟ ବ୍ୟବସ୍ଥା ରହିଛି। କେନ୍ଦ୍ର ସରକାର ଯଦି ଏକତରଫା ଭାବେ ଏହା କରିବେ, ତାହାହେଲେ ତାହାର ପ୍ରଭାବ ନିଶ୍ଚିତ ପଡ଼ିବ। ଏହାଦ୍ୱାରା ପ୍ରଶାସନିକ ବ୍ୟବସ୍ଥା,ରାଜ୍ୟ ଓ କେନ୍ଦ୍ରର ସମ୍ପର୍କ ପ୍ରଭାବିତ ହେବ ବୋଲି ସେ କହିଛନ୍ତି। ସେହିପରି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି, ଯେଉଁ ଅଫିସର ଦକ୍ଷତାପୂର୍ଣ୍ଣ ଭାବେ ରାଜ୍ୟରେ କାମ କରୁଛନ୍ତି ଏବଂ ଯେଉଁ ସ୍ଥାନରେ ଭାଜପା ସରକାର ନାହିଁ, ସେହି ସ୍ଥାନରୁ ସେମାନେ ଭଲ ଅଫିସରଙ୍କୁ କେନ୍ଦ୍ରକୁ ନେଇଯିବେ। ଏହା ବଦଳରେ କେନ୍ଦ୍ର ଦୁର୍ନୀତିଖୋର ଅଫିସରଙ୍କୁ ରାଜ୍ୟକୁ ପଠାଇ ଦେବେ। ଯାହାଫଳରେ ରାଜ୍ୟର ଉନ୍ନତି ହୋଇପାରିବ ନାହିଁ। ଭାଜପା ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଅଫିସରମାନଙ୍କୁ କାମ କରିବାର ସ୍ବାଧୀନତା ଦେବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ସେମାନଙ୍କୁ ରାଜନୈତିକ ଚାପରୁ ଊର୍ଦ୍ଧ୍ୱରେ ରଖିବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହା କାର୍ଯ୍ୟକାରୀ ହେଲେ ଆଗାମୀ ଦିନରେ ଭଲ ଗଭର୍ନାନ୍ସ ଦେଖିବାକୁ ମିଳିବ। ତେଣୁ ଏହି ନିଷ୍ପତ୍ତିକୁ ଯେଉଁମାନେ ବିରୋଧ କରୁଛନ୍ତି, ସେମାନେ ଏହାର ପୁନର୍ବିଚାର କରିବା ଦରକାର ବୋଲି ହରିଚନ୍ଦନ କହିଛନ୍ତି।
କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ
ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…
ଘରେ ଆଶ୍ରୟ ଦେଲେନି ପୁଅ
ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…
ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…
ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…
ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ
ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…
ରାଜ୍ୟରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…
ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ
କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…
ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ
ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…
ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…
ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…
Archives

