ପ୍ରତିକାର ପାଇଁ ପ୍ରଶାସନିକ ତତ୍ପରତା

ବରଗଡ଼,୨୯।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଟୁକୁର୍ଲା(ଖେଦାପାଲି)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାର ଆବର୍ଜନା ନିକଟସ୍ଥ ଜଳାଶୟକୁ ପଶିବା ଘଟଣାକୁ ନେଇ ଅସନ୍ତୋଷ ଲାଗି ରହିଛି। ଏହାର ପ୍ରତିବାଦରେ ସୋମବାର ଟୁକୁର୍ଲା ଗ୍ରାମବାସୀ ଜିଲା ମୁଖ୍ୟ ଡାକ୍ତରଖାନା ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ଗ୍ରାମବାସୀଙ୍କ ବିକ୍ଷୋଭ ପରେ ଏହାର ପ୍ରତିକାର ପାଇଁ ପ୍ରଶାସନିକ ତପତ୍ରତା ପ୍ରକାଶ ପାଇଛି। ଏହି କ୍ରମରେ ବୁଧବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ନିର୍ଦ୍ଦେଶକ୍ରମେ ଏକ ଟିମ୍‌ ଘଟଣାସ୍ଥଳକୁ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଉକ୍ତ ଟିମ୍‌ରେ ସ୍ବାସ୍ଥ୍ୟ, ପୂର୍ତ୍ତ ଏବଂ ରାଜସ୍ବ ବିଭାଗର ଅଧିକାରୀମାନେ ଥିଲେ। ଏହି ଟିମ୍‌ ସ୍ଥିତି ଅନୁଧ୍ୟାନ କରି ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ। ସେହି ସମସ୍ୟାର ପ୍ରତିକାର ବ୍ୟବସ୍ଥା ସକାଶେ ନିର୍ଭର ପ୍ରତିଶ୍ରୁତି ଦେଇଥିଲେ।
ପ୍ରକାଶ ଯେ, ଜିଲା ମୁଖ୍ୟ ଡାକ୍ତରଖାନାର ଅନତିଦୂରରେ ଏକ ଜଳାଶୟ ରହିଛି। ଏହି ଜଳାଶୟ ଉପରେ ଟୁକୁର୍ଲା ଗ୍ରାମବାସୀ ନିର୍ଭର କରିଥାନ୍ତି। ପୂଜାପାଠ ପାଇଁ ପାଣି ସଂଗ୍ରହ କରିବାଠାରୁ ଆରମ୍ଭ କରି ସ୍ନାନ ପାଇଁ ଜଳାଶୟ ପାଣି ବ୍ୟବହାର କରିଥାନ୍ତି। କିନ୍ତୁ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା କାର୍ଯ୍ୟକ୍ଷମ ହେବା ପରେ ଜଳାଶୟ ସମସ୍ୟା ବଢ଼ି ଯାଇଛି। ଡାକ୍ତରଖାନାରୁ ନିର୍ଗତ ଦୂଷିତ ପାଣି ସହିତ ଆବର୍ଜନା ଉକ୍ତ ଜଳାଶୟକୁ ପଶୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ତେବେ ପ୍ରଶାସନ ପାଖରେ ଏଭଳି ଅଭିଯୋଗ ବାରମ୍ବାର କରିବା ସତ୍ତ୍ୱେ କିଛି ପଦକ୍ଷେପ ନିଆଯାଉ ନ ଥିବା ପ୍ରତିବାଦରେ ଗ୍ରାମବାସୀ ସୋମବାର ମୁଖ୍ୟ ଡାକ୍ତରଖାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।
ମୁଖ୍ୟ ଡାକ୍ତରଖାନାରେ ଗ୍ରାମବାସୀଙ୍କ ବିକ୍ଷୋଭ ଜାରି ରହିଥିବାବେଳେ ଜିଲାପାଳ ଗୋୟଲଙ୍କ ସମେତ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ, ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ଏବଂ ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦ ପ୍ରମୁଖ ସେଠାକୁ ସିଟିସ୍କାନ ମେଶିନ ଲୋକାର୍ପଣ ସମାରୋହରେ ଯୋଗଦେବା ପାଇଁ ପହଞ୍ଚିଥିଲେ। ବିକ୍ଷୋଭକାରୀ ସେତେବେଳେ ସେହି ସମସ୍ୟା ଜିଲାପାଳ ଏବଂ ଉପସ୍ଥିତ ଜନ ପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ତେବେ ଡାକ୍ତରଖାନା ଆବର୍ଜନା ଟ୍ରିଟମେଣ୍ଟ ପ୍ଲାଣ୍ଟ ପାଇଁ ସରକାର ୪କୋଟି ମଞ୍ଜୁର କରି ସାରିଥିବା ସୂଚନା ପାଇବା ପରେ ଆନ୍ଦୋଳନରୁ ସେତେବେଳେ ଗ୍ରାମବାସୀ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri