ପୋତାଯିବ ବେଆଇନ ଖାଦାନ

ଢେଙ୍କାନାଳ ଅଫିସ, ୧୮।୧୨: ଢେଙ୍କାନାଳ ଜିଲାରେ ପଥର ମାଫିଆଙ୍କ ଦୌରାତ୍ମ୍ୟ ରୋକିବା ଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ଏଭଳି ବେଆଇନ କାର୍ଯ୍ୟ ଚାଲୁଥିବା ଅଞ୍ଚଳଗୁଡ଼ିକୁ ଚିହ୍ନଟ କରି ରାତି ଅଧିଆ ଚଢ଼ାଉ ଆରମ୍ଭ ହୋଇଛି। ରାଜସ୍ବ ବିଭାଗ କର୍ମଚାରୀଙ୍କ କର୍ତ୍ତବ୍ୟରେ ଅବହେଳା କାରଣରୁ ଏଭଳି ବେଆଇନ କାରବାର ବଢ଼ିବାରେ ଲାଗିଛି। ଏଥିପ୍ରତି ସତର୍କ ନ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଜିଲାପାଳ ସରୋଜ କୁମାର ସେଠୀ ସତର୍କ କରାଇଛନ୍ତି। ସେହିପରି ଉକ୍ତ ଖାଦାନଗୁଡ଼ିକୁ ପାଉଁଶରେ ପୋତିବା ପାଇଁ ଶିଳ୍ପାନୁଷ୍ଠାନଗୁଡ଼ିକୁ କୁହାଯାଇଛି। ଏହାପରେ ସେଠାରେ ଚାରାରୋପଣ କରାଯିବ। ଏଥିସହ ୧୪୪ ଧାରା ଜାରି କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

ଗତ ସପ୍ତାହରେ ସଦର ଥାନା ଗୋବିନ୍ଦପୁର ଫାଣ୍ଡି କୁରୁମଟାଙ୍ଗର ଗ୍ରାମ ନିକଟ ଜଙ୍ଗଲରେ ହାତୀଙ୍କ ଗତିବିଧି ଅନୁଧ୍ୟାନ କରିବାକୁ ଯାଇଥିବାବେଳେ ଡିଏଫ୍‌ଓ ଚୋରା ପଥର ଚାଲାଣକାରୀଙ୍କ ଆକ୍ରମଣର ଶିକାର ହୋଇଥିଲେ। ଏହି ଘଟଣାରେ ୬ଜଣ ଗିରଫ ହୋଇଛନ୍ତି। ଓଡ଼ାପଡ଼ା, ଇନ୍ଦିପୁର ସମେତ ସଦର ବ୍ଲକ ଅଞ୍ଚଳରେ ଚଢ଼ାଉ ବେଳେ ବନ ବିଭାଗ, ପୋଲିସ କର୍ମଚାରୀ, ପ୍ରଶାସନିକ ଅଧିକାରୀଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି। ଏହାପରେ ଅଭିଯୁକ୍ତଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଜିଲା ପ୍ରଶାସନ। ଏ ନେଇ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ଆଲୋଚନା ହୋଇଛି। ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ କୁହନ୍ତି, ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ଜୋର୍‌ଦାର କରାଯିବ। କଟାଯାଇଥିବା ପଥର ନିଲାମ କରାଯିବାକୁ ଯୋଜନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri