ପୋତାଯିବ ବେଆଇନ ଖାଦାନ

ଢେଙ୍କାନାଳ ଅଫିସ, ୧୮।୧୨: ଢେଙ୍କାନାଳ ଜିଲାରେ ପଥର ମାଫିଆଙ୍କ ଦୌରାତ୍ମ୍ୟ ରୋକିବା ଲାଗି ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି। ଏଭଳି ବେଆଇନ କାର୍ଯ୍ୟ ଚାଲୁଥିବା ଅଞ୍ଚଳଗୁଡ଼ିକୁ ଚିହ୍ନଟ କରି ରାତି ଅଧିଆ ଚଢ଼ାଉ ଆରମ୍ଭ ହୋଇଛି। ରାଜସ୍ବ ବିଭାଗ କର୍ମଚାରୀଙ୍କ କର୍ତ୍ତବ୍ୟରେ ଅବହେଳା କାରଣରୁ ଏଭଳି ବେଆଇନ କାରବାର ବଢ଼ିବାରେ ଲାଗିଛି। ଏଥିପ୍ରତି ସତର୍କ ନ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଜିଲାପାଳ ସରୋଜ କୁମାର ସେଠୀ ସତର୍କ କରାଇଛନ୍ତି। ସେହିପରି ଉକ୍ତ ଖାଦାନଗୁଡ଼ିକୁ ପାଉଁଶରେ ପୋତିବା ପାଇଁ ଶିଳ୍ପାନୁଷ୍ଠାନଗୁଡ଼ିକୁ କୁହାଯାଇଛି। ଏହାପରେ ସେଠାରେ ଚାରାରୋପଣ କରାଯିବ। ଏଥିସହ ୧୪୪ ଧାରା ଜାରି କରାଯିବ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।

ଗତ ସପ୍ତାହରେ ସଦର ଥାନା ଗୋବିନ୍ଦପୁର ଫାଣ୍ଡି କୁରୁମଟାଙ୍ଗର ଗ୍ରାମ ନିକଟ ଜଙ୍ଗଲରେ ହାତୀଙ୍କ ଗତିବିଧି ଅନୁଧ୍ୟାନ କରିବାକୁ ଯାଇଥିବାବେଳେ ଡିଏଫ୍‌ଓ ଚୋରା ପଥର ଚାଲାଣକାରୀଙ୍କ ଆକ୍ରମଣର ଶିକାର ହୋଇଥିଲେ। ଏହି ଘଟଣାରେ ୬ଜଣ ଗିରଫ ହୋଇଛନ୍ତି। ଓଡ଼ାପଡ଼ା, ଇନ୍ଦିପୁର ସମେତ ସଦର ବ୍ଲକ ଅଞ୍ଚଳରେ ଚଢ଼ାଉ ବେଳେ ବନ ବିଭାଗ, ପୋଲିସ କର୍ମଚାରୀ, ପ୍ରଶାସନିକ ଅଧିକାରୀଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଛି। ଏହାପରେ ଅଭିଯୁକ୍ତଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛି ଜିଲା ପ୍ରଶାସନ। ଏ ନେଇ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଉଚ୍ଚସ୍ତରୀୟ ଆଲୋଚନା ହୋଇଛି। ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ। ଏ ସଂକ୍ରାନ୍ତରେ ଜିଲାପାଳ କୁହନ୍ତି, ବେଆଇନ ପଥର ଖାଦାନ ଉପରେ ଚଢ଼ାଉ ଜୋର୍‌ଦାର କରାଯିବ। କଟାଯାଇଥିବା ପଥର ନିଲାମ କରାଯିବାକୁ ଯୋଜନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri