ସ୍ବତନ୍ତ୍ର ଓଜେଇଇ ପାଇଁ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ବା ଦ୍ୱିତୀୟ ଓଜେଇଇ ସେପ୍ଟେମ୍ବର ୩ରେ ଆରମ୍ଭ ହେବ। ପରୀକ୍ଷା ପାଇଁ ରବିବାରଠାରୁ ଓଜେଇଇ ୱେବ୍‌ସାଇଟ୍‌ରେ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ ହୋଇଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ଆବେଦନ ନମ୍ବର ଏବଂ ଜନ୍ମ ତାରିଖ ଦେଇ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ ବୋଲିି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ମୋଟ ୨୮,୬୨୦ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୨୮ ସହରରେ ୩୮ କେନ୍ଦ୍ରରେ ପରୀକ୍ଷା ହେବ। ଓଡ଼ିଶା ବାହାରେ କୋଲକାତା, ରାଞ୍ଚତ୍ ଏବଂ ପାଟଣାରେ ଗୋଟିଏ ଲେଖାଏ ପରୀକ୍ଷା କେନ୍ଦ୍ର ହୋଇଛି। ସେପ୍ଟେମ୍ବର ୩, ୪ ଏବଂ ୭ରେ ପରୀକ୍ଷା ହେବ। ୩ରେ ୪ଟି ଶିଫ୍ଟରେ ପରୀକ୍ଷା ହେବାକୁ ଥିବାବେଳେ ବାକି ଦୁଇଦିନ ତିନୋଟି ଶିଫ୍ଟରେ ହେବ। ସବୁ ସିପ୍ଟ ମଧ୍ୟରେ ବ୍ୟବଧାନ ଏକ ଘଣ୍ଟା ଲେଖାଏ ରହିଛି। ପ୍ରଥମ ଶିଫ୍ଟ ସକାଳ ୯ଟାରୁ ୧୦ଟା ପର୍ଯ୍ୟନ୍ତ, ଦ୍ୱିତୀୟ ଶିଫ୍ଟ ସାଢ଼େ ୧୧ଟାରୁ ସାଢ଼େ ୧୨ଟା ଓ ତୃତୀୟ ଶିଫ୍ଟ ଅପରାହ୍ନ ୨ଟାରୁ ୩ଟା ଏବଂ ଚତୁର୍ଥ ଶିଫ୍ଟ ସାଢ଼େ ୪ଟାରୁ ସାଢ଼େ ୫ଟା ଯାଏ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri