ଆଜିଠୁ ବୋର୍ଡ ୱେବ୍‌ସାଇଟରେ ମିଳିବ ଆଡ୍‌ମିଟ କାର୍ଡ

କଟକ ଅଫିସ, ୧୯ା୪:ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଅଫ୍‌ଲାଇନରେ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ବୋର୍ଡ ପକ୍ଷରୁ ସମ୍ମେଟିଭ-୨ ପରୀକ୍ଷା ପାଇଁ ମାର୍ଚ୍ଚ ୧୪ରେ ସୂଚୀ ପ୍ରକାଶ ପାଇଥିଲା। ତେବେ ଏହି ପରୀକ୍ଷା ପାଇଁ ମଙ୍ଗଳବାରଠାରୁ ବୋର୍ଡ ୱେବସାଇଟ୍‌ www.bseodisha.ac.inରେ ଆଡ୍‌ମିଟ କାର୍ଡ ଉପଲବ୍ଧ ହେବ। ହାଇସ୍କୁଲ, ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଆଡ୍‌ମିଟ କାର୍ଡ ଉକ୍ତ ୱେବ୍‌ସାଇଟରେ ମଙ୍ଗଳବାର ସକାଳ ୧୦ଟାରୁ ଉପଲବ୍ଧ ରହିବ। ହାଇସ୍କୁଲ ଓ ମଧ୍ୟମା ଛାତ୍ରୀଛାତ୍ରମାନେ ସ୍କୁଲ କୋଡ୍‌ ଏବଂ ପାସ୍‌ୱାର୍ଡଦେଇ ନିଜ ଆଡ୍‌ମିଟ କାର୍ଡ ଡାଉନଲୋଡ କରିପାରିବେ ା ସେହିପରି କରେସପଣ୍ଡେନ୍ସ କୋର୍ସ ଏବଂ ମଧ୍ୟମା ଛାତ୍ରୀଛାତ୍ରମାନେ ନିଜ ନାମ ଏବଂ ନିଜ ବାପାଙ୍କ ନାମ ଦାଖଲ କରି ଆଡ୍‌ମିଟ କାର୍ଡ ଡାଉନଲୋଡ କରିପାରିବେ। ତେବେ ଉକ୍ତ ଆଡ୍‌ମିଟ କାର୍ଡରେ ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଶିକ୍ଷକ ସ୍ବାକ୍ଷର କରିବା ପରେ ଛାତ୍ରୀଛାତ୍ରମାନେ ପରୀକ୍ଷା ଦେବାକୁ ଅନୁମତି ପାଇବେ। ଏନେଇ ସୋମବାର ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ନୂଆ ଢାଞ୍ଚାରେ ମାଟ୍ରିକ ପରୀକ୍ଷା ହେଉଛି। ସମ୍ମେଟିଭ-୧ ପରୀକ୍ଷା ସରିଯାଇଥିବାବେଳେ ଏପ୍ରିଲ ୨୯ ତାରିଖରୁ ସମ୍ମେଟିଭ ୨ ପରୀକ୍ଷା ଆରମ୍ଭ ହେବ। ଏହା ମେ ୭ ତାରିଖ ପର୍ଯ୍ୟନ୍ତ ଚାଲିବ। କରୋନା ସ୍ଥିତି ଓ ଛାତ୍ରୀଛାତ୍ରଙ୍କ ହିତକୁ ଦୃଷ୍ଟିରେ ରଖି ତିନି ପ୍ରକାର ପ୍ରଣାଳୀରେ ମୂଲ୍ୟାୟନ କରାଯିବ। ତିନୋଟି ପ୍ରଣାଳୀରୁ ଯେଉଁଥିରେ ଛାତ୍ରୀଛାତ୍ର ସର୍ବାଧିକ ମାର୍କ ରଖିବେ, ତାହାକୁ ଫାଇନାଲ ମାର୍କ ବୋଲି ଧରାଯିବ। ପ୍ରଥମ ଦୁଇଟି ପଦ୍ଧତି ହେଉଛି ବିକଳ୍ପ ମୂଲ୍ୟାୟନ ପଦ୍ଧତି ଓ ତୃତୀୟଟି ପରିଷଦ ଦ୍ୱାରା ନୂତନ ମୂଲ୍ୟାୟନ ପଦ୍ଧତି ନିର୍ଦ୍ଧାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ୟୁଏଇ ଆଣବିକ ପ୍ଲାଣ୍ଟକୁ ଟାର୍ଗେଟ, ବଢ଼ିଲା ଚିନ୍ତା…

ଦୁବାଇ,୧୭ା୫: ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ବାରାକାହ ଆଣବିକ ବିଦ୍ୟୁତ୍‌ ପ୍ଲାଣ୍ଟକୁ ଟାର୍ଗେଟ କରି ରବିବାର ଡ୍ୟୋନ୍‌ ଆକ୍ରମଣ ହୋଇଛି। ଫଳରେ ପ୍ଲାଣ୍ଟ ପରିସରରେ ଥିବା ବିଦ୍ୟୁତ୍‌…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri