Posted inଜାତୀୟ

ପ୍ରାପ୍ତ ବୟସ୍କା ମୁସଲମାନ୍‌ ଯୁବତୀ ନିଜ ପସନ୍ଦର ବିବାହ କରିପାରିବେ, ହାଇକୋର୍ଟଙ୍କ ରାୟ…

ଚଣ୍ଡିଗଡ଼, ୨୬।୧୨: ପ୍ରାପ୍ତ ବୟସ୍କା ମୁସଲମାନ୍‌ ଯୁବତୀ ନିଜ ପସନ୍ଦର ବିବାହ କରିପାରିବେ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଜଣେ ମୁସଲମାନ ଯୁବତୀଙ୍କର ସୁରକ୍ଷା ଆବେଦନକୁ ଗ୍ରହଣ କରି ଏଭଳି କହିଛନ୍ତି। ୧୭ ବର୍ଷ ବୟସ୍କା ଯୁବତୀ ଜଣକ ତାଙ୍କ ପରିବାର ବିରୁଦ୍ଧରେ ଯାଇ ନିଜ ପସନ୍ଦର ଜଣେ ହିନ୍ଦୁ ଯୁବକଙ୍କୁ ବିବାହ କରିଛନ୍ତି। ତେଣୁ ସୁରକ୍ଷା ପାଇଁ କୋର୍ଟଙ୍କୁ ଅନୁରୋଧ କରିଛନ୍ତି।

ଅଦାଲତ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ଜଣେ ପ୍ରାପ୍ତ ବୟସ୍କା ମୁସଲମାନ ଯୁବତୀ ନିଜ ପସନ୍ଦର ପୁଅକୁ ବିବାହ କରିପାରିବ ଏବଂ ଏଥିରେ ପିତାମାତାଙ୍କର ଅବା ପରିବାର ସଦସ୍ୟଙ୍କର ହସ୍ତକ୍ଷେପ କରିବାର କୌଣସି ଅଧିକାର ନାହିଁ। ପ୍ରାପ୍ତ ବୟସ୍କା ହୋଇଥିବାରୁ ତାଙ୍କ ଜୀବନର ନିଷ୍ପତ୍ତି ସେ ନିଜେ ଗ୍ରହଣ କରିପାରିବେ।

ଟାଇମ୍ସ ଅଫ ଇଣ୍ଡିଆର ଖବର ଅନୁଯାୟୀ ବିଚାରପତି ହରନରେଶ ସିଂ ଗିଲଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ମୁସଲମାନ ଯୁବତୀଙ୍କର ବିବାହ ମୁସଲିମ୍‌ ପର୍ସନାଲ ଲ‘ ଅନୁସାରେ କରାଯାଇଥାଏ। ସାର୍‌ ଦିନଶାହା ଫରୁଦନଜୀ ମୁଲ୍ଲାଙ୍କ ପୁସ୍ତକ ’ପ୍ରିନ୍ସିପୁଲ୍ସ୍‌ ଅଫ ମହମ୍ମଡାନ ଲ’ର ଧାରା ୧୯୫ ଅନୁଯାୟୀ, ଆବେଦନକାରୀ ପ୍ରାପ୍ତ ବୟସ୍କା ଯୁବତୀ ନିଜ ପସନ୍ଦର ବ୍ୟକ୍ତିଙ୍କୁ ବିବାହ କରିବାରେ ସକ୍ଷମ।

ଅପରପକ୍ଷରେ ସେ ବିବାହ କରିଥିବା ହିନ୍ଦୁ ଯୁବକଙ୍କ ବୟସ ୩୩ ବର୍ଷ। ସେ ମଧ୍ୟ ପ୍ରାପ୍ତ ବୟସ୍କ। ତେଣୁ ମୁସଲିମ୍‌ ପର୍ସନାଲ ଲ‘ ଅନୁସାରେ ଦୁଇଜଣ ପ୍ରାପ୍ତ ବୟସ୍କଙ୍କ ମଧ୍ୟରେ ବିବାହ କରିବାରେ କୌଣସି ପ୍ରତିବନ୍ଧକ ନାହିଁ।

ଖଣ୍ଡପୀଠ କହିଛନ୍ତି ଯେ ଆବେଦନକାରୀମାନେ ସେମାନଙ୍କ ପରିବାର ସଦସ୍ୟଙ୍କ ଇଚ୍ଛା ବିରୁଦ୍ଧରେ ବିବାହ କରିବା ଅପରାଧ ନୁହେଁ। ତେଣୁ ସେମାନଙ୍କୁ ସମ୍ବିଧାନରେ ଧାର୍ଯ୍ୟ କରାଯାଇଥିବା ମୌଳିକ ଅଧିକାରରୁ ବଞ୍ଚିତ କରାଯାଇପାରିବ ନାହିଁ। କାରଣ ପ୍ରାପ୍ତ ବୟସ୍କର ସମୟ ସୀମା ୧୫ ବର୍ଷ ରହିଛି ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?