Posted inଜାତୀୟ

ସାବାଳକ ଧର୍ମ-ବର୍ଣ୍ଣ ନିର୍ବିଶେଷରେ ପସନ୍ଦ କରିପାରିବେ ଜୀବନ ସାଥୀ: ଆହ୍ଲାବାଦ୍‌ ହାଇକୋର୍ଟ

ପ୍ରୟାଗରାଜ,୨୪।୧୧: ସାବାଳକ ଧର୍ମ, ବର୍ଣ୍ଣ ନିର୍ବିଶେଷରେ ନିଜ ଜୀବନ ସାଥୀ ପସନ୍ଦ କରିପାରିବେ। ଏନେଇ ଆହ୍ଲାବାଦ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ଦୁଇ ଭିନ୍ନ ଭିନ୍ନ ଧର୍ମର ସାବାଳକ ବିବାହ ପାଇଁ ମଧ୍ୟ ଧର୍ମ ପରିବର୍ତ୍ତନ କରିପାରିବେ। ଏହା ସେମାନଙ୍କର ଅଧିକାର ବୋଲି କୋର୍ଟ କହିଛନ୍ତି। କୁଶୀନଗରର ବିଷ୍ଣୁପୁରାରେ ବାସ କରୁଥିବା ସଲାମତ୍‌ ଅନସାରୀଙ୍କୁ ପ୍ରିୟଙ୍କା ଖରବାର ନାମକ ଜଣେ ସାବାଳିକା ୨୦୧୯ ଅଗଷ୍ଟ ୧୯ରେ ବିବାହ କରିବା ପରେ ଧର୍ମ ପରିବର୍ତ୍ତନ କରି ଆଲିଆ ହୋଇଥିଲେ। ଏନେଇ ପ୍ରିୟଙ୍କାଙ୍କ ପିତା ବିଷ୍ଣୁପୁରା ଥାନାରେ ଏକ ଅପହରଣ ମାମଲା ଦାଏର କରିଥିଲେ। ଏହା ବିରୋଧରେ ସଲାମତ ଏବଂ ଅନ୍ୟ ୨ ଜଣ ମାମଲା ଖାରଜ କରିବା ଲାଗି ହାଇକୋର୍ଟଙ୍କ ଆଶ୍ରୟ ନେଇଥିଲେ। ଏହାର ବିଚାର କରି ବିଚାରପତି ପଙ୍କଜ ନକ୍‌ଭୀ ଏବଂ ବିବେକ ଅଗ୍ରଓ୍ବାଲଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ସାବାଳକଙ୍କ ନିଜ ପସନ୍ଦର ବିବାହରେ ପରିବାର ସଦସ୍ୟ ଅବା ଅନ୍ୟ କେହି ଅସ୍ତକ୍ଷେପ କରିପାରିବେ ନାହିଁ। ସେମାନଙ୍କର ଶାନ୍ତିପୂର୍ଣ୍ଣ ବୈବାହିକ ଜୀବନରେ କେହି ବାଧା ସୃଷ୍ଟି କରି ପାରିବେ ନାହିଁ। କୋର୍ଟ ବିଚାର ସମୟରେ କୌଣସି ଧର୍ମକୁ ଦେଖେ ନାହିଁ। କୋର୍ଟ କେବଳ ସାମ୍ବିଧାନିକ ବ୍ୟବସ୍ଥା ଆଧାରରେ ବିଚାର ହି କରିଥାଏ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri