ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ରହିଛି। ଶ୍ରୀବିଗ୍ରହମାନେ ୩ଦିନ ରଥରେ ଅବସ୍ଥାନ କରିବା ପରେ ଶନିବାର ନୀତିକାନ୍ତି ସରି ଚାରମାଳ ବନ୍ଧାହେବା ପରେ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ରବିବାରଠାରୁ ଭକ୍ତଙ୍କୁ ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ ଦେବେ। ସେହିପରି ରବିବାରଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ମଧ୍ୟ ପାଇବେ। ସ୍କନ୍ଦ ପୁରାଣ ଅନୁଯାୟୀ, ମହାପ୍ରଭୁ ଶ୍ରୀଜଗନ୍ନାଥ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଭଉଣୀଭାଇଙ୍କୁ ସାଥିରେ ଧରି ଘୋଷଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। ରଥାରୂଢ଼ ଶ୍ରୀବିଗ୍ରହମାନେ ଶରଧାବାଲିଠାରେ ଶୁକ୍ରବାର ଏବଂ ଶନିବାର ଦିନତମାମ ଭକ୍ତଙ୍କୁ ଦର୍ଶନ ଦେବା ପରେ ଅପରାହ୍ନରେ ବାହାରିଥିଲେ ଜନ୍ମବେଦୀକୁ। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାରେ ପହଣ୍ଡି ଆରମ୍ଭ ହୋଇଥିଲା। ଆଡ଼ପ ପହଣ୍ଡି ନିମନ୍ତେ ଶନିବାର ରଥ ଉପରେ ଶ୍ରୀବିଗ୍ରହଙ୍କ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା।
ଶନିବାର ସକାଳ ୭ଟା ୩୦ରୁ ୭ଟା ୪୦ ମଙ୍ଗଳ ଆଳତି, ମଇଲମ ୭ଟା ୩୫ରୁ ୭ଟା ୫୦ ମଧ୍ୟରେ ସମ୍ପନ୍ନ ହୋଇଥିଲା। ତିନିରଥରେ ଅବକାଶ ନୀତି ୮ଟାରୁ ୯ଟା ୧୦, ବେଶ ଶେଷ ୮ଟା ୧୫ରୁ ୯ଟା ୨୦, ସକାଳଧୂପ ଶେଷ ୧୦ଟାରୁ ୧୧ଟା ୦୫, ମଇଲମ ୧୧ଟା ୨୦ରୁ ୧୧ଟା ୪୦, ମହାସ୍ନାନ ଶେଷ ମଧ୍ୟାହ୍ନ ୧୨ଟା, ସର୍ବାଙ୍ଗ ୧୧ଟା ୫୫ରୁ ୧୨ଟା ୩୦, ବେଶ ୧୨ଟା ୩୫, ତିନିରଥର ମଧ୍ୟାହ୍ନ ଧୂପ ଶେଷ ୧୨ଟା ୪୦ରୁ ୧ଟା ୩୫, ସନ୍ଧ୍ୟା ଆଳତି ୧ଟା ୩୫, ବେଶ ଶେଷ ଅପରାହ୍ନ ୧ଟା ୪୫ରୁ ୨ଟା, ସନ୍ଧ୍ୟା ଆଳତି ୧ଟା ୫୫ରୁ ୨ଟା ୧୫, ସନ୍ଧ୍ୟା ଧୂପ ୩ଟା୧୫, ଚାରମାଳ ବନ୍ଧା ଶେଷ ୭ଟା ୩୫, ସିଂହାସନ ମାଜଣା ସନ୍ଧ୍ୟା ୬ଟା୪୦, ତିନିରଥରେ ପୁଷ୍ପାଞ୍ଜଳି ସନ୍ଧ୍ୟା ୭ଟା ୪୦ରୁ ୭ଟା ୫୦। ମୁଦିରସ୍ତଙ୍କ ଦ୍ୱାରା ତିନିରଥରେ ପୁଷ୍ପାଞ୍ଜଳି ପ୍ରଦାନ ପରେ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପହଣ୍ଡି ନିମନ୍ତେ ବିଜେ କାହାଳୀ ବାଜିଥିଲା। ପ୍ରଥମେ ମଦନମୋହନ, ପରେ ରାମକୃଷ୍ଣ ଓ ଶେଷରେ ଚକ୍ରରାଜ ଶ୍ରୀସୁଦର୍ଶନ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ସେହିପରି ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରାଯାଇଥିଲା। ପରମ୍ପରା ଅନୁଯାୟୀ, ଠାକୁରମାନେ ପହଣ୍ଡି ପାଇଁ ରତ୍ନ ସିଂହାସନ ଛାଡ଼ି ହଂସପଟା ନିକଟକୁ ଆସିବା ପରେ ଟାହିଆ ଲାଗି କରାଯାଇଥିଲା। ପତିମହାପାତ୍ର ସେବକ ଘଷା ଓ ବିଡ଼ିଆ ମଣୋହୀ ସହ ଆଳତି କରିଥିଲେ। ପରେ ଗୋଟିପହଣ୍ଡି ହୋଇ ଠାକୁରମାନେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଘଣ୍ଟ, ସଂକୀର୍ତ୍ତନ, ହରିବୋଲ, ହୁଳହୁଳି ଧ୍ୱନିରେ ଶରଧାବାଲି ପ୍ରକମ୍ପିତ ହୋଇଉଠିଥିଲା। ରବିବାରଠାରୁ ଭକ୍ତଙ୍କୁ ଆଡ଼ପ ଅବଢ଼ା ମିଳିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

ବଲାଙ୍ଗୀରରେ ଗଡ଼ିଲା ସୋଲାର ରଥ, ଓଡ଼ିଶାର ତୃତୀୟ ସ୍ଥାନରେ…

ବଲାଙ୍ଗୀର,୫ା୧୧(ସୁନିଲ କୁମାର ମହାନ୍ତି): ମୁକ୍ତ ବିଜୁଳି ଯୋଜନା ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ସହ ରୁଫ୍‌ ଟପ୍‌ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ…

୪ ବର୍ଷ ପରେ ବି ପରମହଂସ ପଞ୍ଚାୟତକୁ ଗଡ଼ିଲାନି ବସ୍‌, ତେଜିଲା ଅସନ୍ତୋଷ

କଟକ ସଦର,୫।୧୧(ସୁଶାନ୍ତ କୁମାର ଜେନା): ୨୦୨୧ – ୨୦୨୨ ଆର୍ଥିକ ବର୍ଷରେ ବ୍ଲକ କାର୍ଯ୍ୟଳୟ ସହିତ ସଂଯୋଗ କରିବା ପାଇଁ ଲକ୍ଷ୍ମୀ ବସ ସେବା ଆରମ୍ଭ କରାଯାଇଥିଲା।…

କେରଳରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ମୃତଦେହ ଗାଁକୁ ଫେରାଇ ଆଣିବା ପାଇଁ ଡିଏଲ୍‌ଓଙ୍କୁ ଭେଟିଲେ ପରିବାରବର୍ଗ

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): କେରଳରେ ସଡ଼କ ଦୁର୍ଘଟଣାରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଝରପୋଖରୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଗ୍ରାମର ଜଗବନ୍ଧୁ ଦାସଙ୍କ…

ଈଶ୍ୱର ବିନ୍ଧାଣୀଙ୍କ ଘରେ ୧୭ ଘଣ୍ଟା ଧରି ଚଢ଼ାଉ କରୁଥିଲା ଇଡି, ଆସିଲା ବଡ଼ ଟ୍ବିଷ୍ଟ୍‌; ଘରୁ ମିଳିଲା….

ଉଦଳା,୫।୧୧(ସନ୍ତୋଷ କୁାର ବାଛିନି): ବେଆଇନ ଆର୍ଥିକ କାରବାର ଓ ୧୨୨ କୋଟି ଟଙ୍କାର ଠକେଇ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ଘରେ ଦୀର୍ଘ ୧୭ ଘଣ୍ଟା ଧରି ଚଢ଼ାଉ…

ବରିଷ୍ଠ ଅଧିକାରୀଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି…

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ସମୟରେ ଗଞ୍ଜାମ ଜିଲାବାସୀଙ୍କୁ ବିପଦରୁ ଉଦ୍ଧାର, ଥଇଥାନ ଓ ରିଲିଫ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?