ଏଡିଆର୍‌ ରିପୋର୍ଟ: ୨୦୨୨-୨୩ ବର୍ଷରେ ବିଜେଡିକୁ ମିଳିନି ଗୋଟିଏ ଟଙ୍କା ଚାନ୍ଦା

ନୂଆଦିଲ୍ଲୀ,୧୦।୧: ଆଞ୍ଚଳିକ ରାଜନୈତିକ ଦଳଗୁଡ଼ିକ ୨୦୨୨-୨୩ ଆର୍ଥତ୍କ ବର୍ଷରେ ୨୧୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଚାନ୍ଦା ପାଇଥିବା ଘୋଷଣା କରିଛନ୍ତି। ଚାନ୍ଦାରୁ ଜେଏମ୍‌ଏମ୍‌, ଜେଜେପି, ଟିଡିପି ଏବଂ ଟିଏମ୍‌ସିର ଆୟ ସର୍ବାଧିକ ବଢ଼ିଥିବା ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ବିଶ୍ଳେଷଣରୁ ଜଣାପଡ଼ିଛି।

ଦଳଗୁଡ଼ିକ ସେମାନଙ୍କ ଆୟ ସମ୍ପର୍କିତ ରିପୋର୍ଟ ଏବଂ ଦାତାମାନଙ୍କ ବିବରଣୀ ନିର୍ବାଚନ କମିଶନଙ୍କୁ ପ୍ରଦାନ କରିବାରେ ବହୁ ବିଳମ୍ବ କରଥିଲେ। ମୋଟ ୫୭ଟି ଆଞ୍ଚଳିକ ଦଳ ମଧ୍ୟରୁ ମାତ୍ର ୧୮ଟି ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଇସିଆଇ ନିକଟରେ ରିପୋର୍ଟ ଦାଖଲ କରିଥିଲେ। ୨୮ଟି ଦଳ ମୋଟ ୨,୧୧୯ଟି ଚାନ୍ଦାରୁ ୨୧୬.୭୬୫ କୋଟି ଟଙ୍କା ପାଇଥିବା ଘୋଷଣା କରିଛନ୍ତି। ଅନ୍ୟ ୧୭ଟି ଦଳ ରିପୋର୍ଟ ଦାଖଲରେ ୨ରୁ ୧୬୪ ଦିନ ପର୍ଯ୍ୟନ୍ତ ବିଳମ୍ବ କରିଥିଲେ। ବିଜେଡି, ଜମ୍ମୁ-କଶ୍ମୀର ନ୍ୟାଶନାଲ କନ୍‌ଫରେନ୍ସ ସମେତ ୭ ରାଜନୈତିକ ଦଳ ଉକ୍ତ ବର୍ଷ ଚାନ୍ଦା ପାଇ ନ ଥିବା ଜଣାଇଛନ୍ତି।

ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌)ର ଚାନ୍ଦା ପରିମାଣ ପୂର୍ବ ବର୍ଷ ତୁଳନାରେ ୩,୬୮୫ ପ୍ରତିଶତ ବୃଦ୍ଧି ପାଇଛି। ସେହିପରି ଜନନାୟକ ଜନତା ଦଳ (ଜେଜେପି) ଏବଂ ଟିଡିପି ଚାନ୍ଦା ପରିମାଣ ପୂର୍ବବର୍ଷ ତୁଳନାରେ ଯଥାକ୍ରମେ ୧,୯୯୭ ଏବଂ ୧,୭୯୫ ପ୍ରତିଶତ ବଢ଼ିଛି। ଅନ୍ୟପକ୍ଷରେ ସମାଜବାଦୀ ପାର୍ଟି ଏବଂ ଶିରୋମଣି ଅକାଳୀ ଦଳ ଚାନ୍ଦା ପରିମାଣ ପୂର୍ବବର୍ଷ ତୁଳନାରେ ଯଥାକ୍ରମେ ୯୯.୧ ଏବଂ ୮୯.୧ ପ୍ରତିଶତ ହ୍ରାସ ପାଇଛି। ଭାରତ ରାଷ୍ଟ୍ରସମିତି (ବିଆର୍‌ଏସ୍‌) ସର୍ବାଧିକ ୧୫୪.୦୩ କୋଟି ଟଙ୍କା ଚାନ୍ଦା ପାଇଥିବାବେଳେ ଏହା ପଛକୁ ୧୬ କୋଟି ଚାନ୍ଦା ପାଇ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ଦ୍ୱିତୀୟ ସ୍ଥାନରେ ଏବଂ ୧୧.୯୨ କୋଟି ଚାନ୍ଦା ସହ ତେଲୁଗୁ ଦେଶମ ପାର୍ଟି (ଟିଡିପି) ତୃତୀୟ ସ୍ଥାନରେ ରହିଛି।

ବିଆର୍‌ଏସ୍‌, ଓ୍ବାଇଏସ୍‌ଆର୍‌ କଂଗ୍ରେସ, ଟିଡିପି, ଡିଏମ୍‌କେ ଏବଂ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ଇଣ୍ଡିଆ (ସିପିଆଇ) ମିଶି ମୋଟ ଘୋଷିତ ଚାନ୍ଦାର ୯୦.୫୬ ପ୍ରତିଶତ ପାଇଛନ୍ତି। ଅନ୍ୟପକ୍ଷରେ ୫ଟି ଆଞ୍ଚଳିକ ଦଳ ୯୬.୨ ଲକ୍ଷ ଟଙ୍କା ଚାନ୍ଦା ପାଇଥିବା ଘୋଷଣା କରିଥିବାବେଳେ ଦାତାମାନଙ୍କ ପାନ୍‌ ଦେଇନାହାନ୍ତି। ୩.୩୬ କୋଟି ଟଙ୍କା ଚାନ୍ଦା ଦେଇଥିବା ଦାତାମାନଙ୍କ ଠିକଣା ମିଳୁ ନ ଥିବାବେଳେ ୧୬୫.୭୩ କୋଟି ଟଙ୍କା ଚାନ୍ଦାରେ ଦାତାମାନଙ୍କ ସମ୍ପୂର୍ଣ୍ଣ ବିବରଣୀ ନାହିଁ। କର୍ପୋରେଟ୍‌ ଏବଂ ବ୍ୟବସାୟିକ ସଂସ୍ଥାଗୁଡ଼ିକରୁ ମୋଟ ଚାନ୍ଦାର ୭୮ ପ୍ରତିଶତ ଅର୍ଥାତ୍‌ ୧୬୯.୨ କୋଟି ଟଙ୍କା ଆସିଥିବାବେଳେ ବ୍ୟକ୍ତିଗତ ଦାତାମାନଙ୍କଠାରୁ ୪୫.୨୪ କାଟି ଟଙ୍କା ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?