Posted inଜାତୀୟ

୭୫ ରାଜ୍ୟସଭା ସଦସ୍ୟଙ୍କ ନାମରେ ରହିଛି ହତ୍ୟା ଓ ବଳତ୍କାର ମାମଲା: ଏଡିଆର ରିପୋର୍ଟ

ନୂଆଦିଲ୍ଲୀ,୧୮।୮: ଦେଶରେ ରାଜ୍ୟସଭା ଏମପିଙ୍କ ମଧ୍ୟରୁ ପ୍ରାୟ ୧୨ ପ୍ରତିଶତ କୋଟିପତି ଅଟନ୍ତି। ଏହି ଲିଷ୍ଟରେ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ଏମପିଙ୍କ ନାମ ସର୍ବାଧିକ ରହିଛି। ଆସୋସିଏସନ ଫର ଡେମୋକ୍ରାଟିକ ରିଫର୍ମସ (ଏଡିଆର) ଏବଂ ନ୍ୟାସନାଲ ଇଲେକ୍ସନ ୱାଚ (ଏନଇଡବ୍ଲୁ) ୨୩୩ ରାଜ୍ୟସଭା ଏମପିଙ୍କ ମଧ୍ୟରୁ ୨୨୫ଜଣଙ୍କର ଆପରାଧିକ, ଆର୍ଥିକ ଏବଂ ଅନ୍ୟାନ୍ୟ ପୃଷ୍ଠଭୂମିର ତଥ୍ୟ ବିବରିଣୀ ପ୍ରକାଶ କରିଛି।

ରିପୋର୍ଟ ଅନୁଯାୟୀ, ଆନ୍ଧ୍ରପ୍ରଦେଶର ୧୧ଜଣ ଏମପିଙ୍କ ମଧ୍ୟରୁ ପାଞ୍ଚ ଜଣ, ତେଲେଙ୍ଗାନାର ସାତଜଣ ଏମପିଙ୍କ ୩ ଜଣ, ମହାରାଷ୍ଟ୍ରର ୧୯ ଜଣ ଏମପିଙ୍କ ମଧ୍ୟରୁ ୧୬ ଜଣ, ଦିଲ୍ଲୀର ତିନିଜଣ ଏମପିଙ୍କ ମଧ୍ୟରୁ ଜଣେ, ପଞ୍ଜାବର ୭ଜଣ ଏମପିଙ୍କ ମଧ୍ୟରୁ ଦୁଇଜଣ, ହରିୟାଣାର ପାଞ୍ଚଜଣ ଏମପିଙ୍କ ମଧ୍ୟରୁ ଜଣେ ଏବଂ ମଧ୍ୟପ୍ରଦେଶର ୧୧ ଜଣ ଏମପିଙ୍କ ମଧ୍ୟରୁ ୨ଜଣ ନିଜ ସମ୍ପତ୍ତିର ମୂଲ୍ୟ ୧୦୦ କୋଟିରୁ ଅଧିକ ବୋଲି ଘୋଷଣା କରିଛନ୍ତି।

ତେଲେଙ୍ଗାନାର ସାତଜଣ ଏମପିଙ୍କ ମୋଟ ସମ୍ପତ୍ତି ୫,୫୯୬କୋଟି ଟଙ୍କା ହୋଇଥିବାବେଳେ ଆନ୍ଧ୍ରପ୍ରଦେଶର ୧୧ ଜଣ ଏମପିଙ୍କ ସମ୍ପତ୍ତି ୩୮୨୩ କୋଟି। ସେହିପରି ଉତ୍ତରପ୍ରଦେଶର ୩୦ଜଣ ଏମପିଙ୍କ ମୋଟ ସମ୍ପତ୍ତି ୧୯୪୧କୋଟି ଟଙ୍କା ରହିଛି।

୨୨୫ଜଣ ରାଜ୍ୟସଭା ଏମପିଙ୍କ ମଧ୍ୟରୁ ୭୫ଜଣଙ୍କର ବିରୋଧରେ ଅପରାଧିକ ମାମଲା ରହିଛି।
ସେଥିରୁ ପ୍ରାୟ ୪୧ଜଣ ଏମପିଙ୍କ ବିରୋଧରେ ଗୁରୁତର ଆପରାଧିକ ମାମଲା ରହିଛି। ସେଥିମଧ୍ୟରୁ ଦୁଇଜଣଙ୍କ ବିରୋଧରେ ହତ୍ୟା ମାମଲା (ଆଇପିସିର ଧାରା ୩୦୨) ରୁଜୁ ହୋଇଛି। ରାଜସ୍ଥାନର ରାଜ୍ୟସଭା ଏମପି କେ.ସି ଭେଣୁଗୋପାଳଙ୍କ ବିରୋଧରେ ବଳାତ୍କାର ମାମଲା (ଆଇପିସିର ଧାରା ୩୭୬) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?