ଆଡଲ୍ଟ ଷ୍ଟାର ସୋଫିଆ ଲିଓନଙ୍କ ୨୬ ବର୍ଷ ବୟସରେ ପରଲୋକ

ଓ୍ବାଶିଂଟନ,୧୦।୩: ଆଡଲ୍ଟ ମୁଭି ଷ୍ଟାର ସୋଫିଆ ଲିଓନଙ୍କର ପରଲୋକ ହୋଇଛି। ସୋଫିଆ ମାତ୍ର ୨୬ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବାସଭବନରେ ସେ ଚେତାଶୂନ୍ୟ ହୋଇପଡିଥିଲେ।ଏହାପରେ ତାଙ୍କର ମୃତ୍ୟୁ ଖବର ମିଳିଛି। ସାବତ ପିତା ମାଇକ ରୋମେରୋ ତାଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି। ବର୍ତ୍ତମାନ ମୃତ୍ୟୁର କାରଣ ଜଣାପଡିନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି
ତେବେ ଆଡଲ୍ଟ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଦେହାନ୍ତ ହେବାର ଖବର ଦୀର୍ଘ ଦିନ ଧରି ବାହାରକୁ ଆସୁଛି। ଜାନୁଆରୀରେ, ଥେନା ଫିଲ୍ଡସ ତାଙ୍କ ଘରେ ମୃତ ଅବସ୍ଥାରେ ମିଳିଥିଲେ ଏବଂ ଫେବୃଆରୀରେ ୩୬ ବର୍ଷିୟ କ୍ୟାଗ୍ନି ଲିନ କାର୍ଟର ଆତ୍ମହତ୍ୟା କରିଥିଲେ। ବର୍ତ୍ତମାନ ବୟସ୍କ ଚଳଚ୍ଚିତ୍ର ତାରକା ସୋଫିଆ ଲିଓନଙ୍କର ଦେହାନ୍ତ ହୋଇଛି। ସୋଫିଆଙ୍କ ମୃତ୍ୟୁ ପରେ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ଲୋକମାନେ ପ୍ରଶ୍ନ ଉଠାଉଛନ୍ତି ଯେ ଆଡଲ୍ଟ ଫିଲ୍ମ ତାରକାମାନେ ଅଳ୍ପ ବୟସରେ ହଠାତ୍‌ କାହିଁକି ମରୁଛନ୍ତି? ଗତ ତିନି ମାସ ମଧ୍ୟରେ ଏହା ହେଉଛି ତୃତୀୟ ଘଟଣା ଯେତେବେଳେ ଜଣେ ଆଡଲ୍ଟ ଷ୍ଟାରଙ୍କର ମୃତ୍ୟୁ ହୋଇଛି।
ସାବତ ପିତା ଗୋଫଡମିରେ ତାଙ୍କ ସ୍ମାରକ ପାଇଁ ଟଙ୍କା ମାଗୁଛନ୍ତି । ସେ କହିଛନ୍ତି ଯେ ମାର୍ଚ୍ଚ ୧ରେ ସୋଫିଆ ତାଙ୍କ ବାସଭବନରେ ଚେତାଶୂନ୍ୟ ହୋଇପଡିଥିଲେ। ଏହା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା, ସେଠାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri