ଅପମିଶ୍ରିତ ମଦ ଜବତ: ଜେଲ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୭।୯(ଅଶେଷ ନାଥ ମିଶ୍ର): ବେଆଇନ ମଦ କାରବାର ଅଭିଯୋଗରେ ଅବକାରୀ ପୋଲିସ ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମର ରମେଶ ଗୌଡ଼ ଏବଂ ଶ୍ୟାମସୁନ୍ଦରପଲ୍ଲୀ ଗ୍ରାମ ମଝି ସାହିର ରାଜୁ ମଲ୍ଲିକଙ୍କୁ ଗିରଫ କରିଛି।

ଦିଗପହଣ୍ଡି ଅବକାରୀ ଥାନା ଓଆଇସି ଅନୀତା ପ୍ରଧାନ ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛନ୍ତି। ଏନେଇ ଏକ ମାମଲା (ନଂ.୯୭/୨୫-୨୬) ରୁଜୁ ହୋଇଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଶନିବାର ସାରେ ଅବକାରୀ ଓଆଇସି ସଦଳବଳେ ଦିଗପହଣ୍ଡି ବ୍ଲକ ନିମଖଣ୍ଡୀପେଣ୍ଠ, ସୌରାପାହାଡ଼, ସିନ୍ଧବା,ଶ୍ୟାମସୁନ୍ଦରପୁର ପଲ୍ଲୀ, ବାଇଗଣବାଡ଼ି ଗ୍ରାମରେ ପାଟ୍ରୋଲିଂ କରୁଥିଲେ। ସେତିକି ବେଳେ ବଡ଼ପଦା ଗାଁ ରାସ୍ତାରେ ଏକ ମୋପେଡ଼ (ନଂ.ଓଡି୦୨ଏଡି -୦୨୦୬) ଯୋଗେ ଅଭିଯୁକ୍ତ ଦ୍ବୟ ୨ଟି ପ୍ଲାଷ୍ଟିକ ଜାରକିନ ଧରି ଦୃତଗତିରେ ଯାଉଥିଲେ। ସେତିକିବେଳେ ଅବକାରୀ କର୍ମଚାରୀ ତାଙ୍କୁ ଅଟକାଇ ଯାଞ୍ଚ କରିବାରୁ ସେମାନଙ୍କଠାରୁ ୨ଟି ଜାରକିନରେ ୪୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ କରାଯାଇଥିଲା।

ସାକ୍ଷ୍ୟଙ୍କ ଉପସ୍ଥିତିରେ ଜବତ ମଦରୁ ନମୁନା ସଂଗ୍ରହ କରାଯାଇ ବ୍ରହ୍ମପୁର ସ୍ଥିତ ଫରେନସିକ ଲାବୋରେଟେରୀକୁ ପଠାଯାଇଛି। ଅଭିଯୁକ୍ତ ଦ୍ୱୟଙ୍କୁ ପଚରାଉଚୁରା ବେଳେ ବେଆଇନ ମଦ କାରବାରରେ ସମ୍ପୃକ୍ତ ଥିବା ସ୍ବୀକାର କରିଥିଲେ। ପରେ ଅବକାରୀ ପୋଲିସ ସେମାନଙ୍କୁ ଗିରଫ କରିଥିଲା। ଚଢାଉରେ ଅବକାରୀ ଏଏସ୍‌ଆଇ ଏନ୍‌. ତ୍ରିପତି, କନେଷ୍ଟବଳ ବଳରାମ ପାତ୍ର, ରାଜେଶ କୁମାର ଜେନା, ଏସ୍‌କେ. ରାଜେଶ ଉଦ୍ଦିନ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri