ବିକୁଥିଲେ ଅପମିଶ୍ରିତ ମଦ ପହଞ୍ଚିଗଲେ ଅବକାରୀ ଟିମ୍, ପରେ ଯାହା ହେଲା…

ଦିଗପହଣ୍ଡି,୧୬ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ବି.ତୁରୁବୁଡ଼ି ପଞ୍ଚାୟତ କିଞ୍ଚରଡ଼ା ଗ୍ରାମରେ ଶୁକ୍ରବାର ସକାଳେ ଚିକିଟି ଅବକାରୀ ରେଞ୍ଜ ଇନ୍ସପେକ୍ଟର ସଞ୍ଜୟ ପଣ୍ଡା ସଦଳବଳେ ଚଢାଉ କରିଥିଲେ। ଏହି ଚଢ଼ାଉରେ କାଳୁ ମଲ୍ଲିକଙ୍କ ନିକଟରୁ ୧୨୦ ଲିଟର ଅପମିଶ୍ରିତ ଦେଶୀମଦ ଜବତ ହୋଇଛି। କେଶ୍‌ ନଂ.୯/୨୫ ଅନୁଯାୟୀ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ସେହିପରି ଦିଗପହଣ୍ଡି ଅବକାରୀ ଏସଆଇ ଅନୀତା ପ୍ରଧାନ, ଏଏସଆଇ ଏନ.ତ୍ରିପତି ସଦଳବଳେ ଜନଜାତି ବହୁଳ ପିଲିକାଢିଅ, ବଡ଼ବୁରୁଡ଼ା, ଚଢ଼େୟାଗର୍ଦ ପ୍ରଭୃତି ଗ୍ରାମ ରାସ୍ତାରେ ପାଟ୍ରୋଲିଂ କରୁଥିବା ବେଳେ ପିଲିକାଢିଅ ଗ୍ରାମ ରାସ୍ତାକଡରେ ୨ଟି ପ୍ଲାଷ୍ଟିକ ଜାରକିନ ଧରି ସନ୍ଦେହଜନକ ଅବସ୍ଥାରେ ବସିଥିବା ଗ୍ରାମର ଯଶୋଦା ମଲ୍ଲିକଙ୍କୁ ତଲାସି କରିବାରେ ଜାରକିନରେ ଅପମିଶ୍ରିତ ୪୦ଲିଟର ଦେଶୀମଦ ଥିବା ଜଣାପଡିଥିଲା। ଅବକାରୀ ଏସଆଇ ତାଙ୍କ ନିକଟରୁ ମଦ ଜବତ କରି ଅବକାରୀ ଥାନା ମାମଲା ନଂ.୨୬/୨୫ ଅନୁଯାୟୀ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରିଥିଲେ। ସେହିପରି ବଡ଼ବୁରୁଦା ଗ୍ରାମ ନିକଟରୁ ଚଢେୟାଗର୍ଦ ଗ୍ରାମର ଗୁରୁନାଥ ମଲ୍ଲିକଙ୍କ ନିକଟରୁ ୧୬ ଲିଟର ଦେଶୀମଦ ଜବତ କରାଯିବା ସହ ତାଙ୍କୁ ଗିରଫ କରି ମାମଲା ନଂ.୨୭/୨୫ ଅନୁଯାୟୀ କୋର୍ଟ ଚାଲାଣ କରାଯିବା ପରେ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?