ସରକାରୀ ଟିକାକେନ୍ଦ୍ରରେ ପଞ୍ଜୀକରଣ କରିପାରିବେ ସାବାଳକ

ନୂଆଦିଲ୍ଲୀ, ୨୫।୫: ଟିକାକରଣ ଲାଗି ୧୮ରୁ ୪୪ ବର୍ଷୀୟଙ୍କ ପାଇଁ କୋଓ୍ବିନ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ ବାଧ୍ୟତାମୂଳକ କରାଯାଇଥିଲା। ଏହି ବୟସ ବର୍ଗର ଯେଉଁ ହିତାଧିକାରୀମାନେ ସ୍ମାର୍ଟଫୋନ୍‌ କିମ୍ବା ଇଣ୍ଟରନେଟ ସୁବିଧା ଅଭାବରୁ କୋଓ୍ବିନ ଡିଜିଟାଲ ପ୍ଲାଟ୍‌ଫର୍ମରେ ନାମ ପଞ୍ଜୀକରଣ କରିପାରୁ ନାହାନ୍ତି ଓ ଟିକା ନେବା ପାଇଁ ଆପଏଣ୍ଟମେଣ୍ଟ ପାଉନାହାନ୍ତି, ସେମାନେ ଏଣିକି ସରକାରୀ ଟିକାକେନ୍ଦ୍ରରେ ସିଧାସଳଖ ନାମ ପଞ୍ଜୀକରଣ କରିପାରିବେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଏଭଳି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ସୁବିଧା ଅଳ୍ପ କେତେଜଣଙ୍କୁ ଉପଲବ୍ଧ। ଅର୍ଥାତ୍‌ ଯେଉଁମାନେ ପୂର୍ବରୁ ନାମ ପଞ୍ଜୀକରଣ କରି ଟିକା ନେବା ଦିନ ଆସୁନାହାନ୍ତି, ସେମାନଙ୍କ ପାଇଁ ଉଦ୍ଦିଷ୍ଟ ଟିକାକୁ ତତ୍କାଳ ପଞ୍ଜୀକରଣ କରିଥିବା ହିତାଧିକାରୀଙ୍କୁ ପ୍ରଦାନ କରାଯିବ। ଟିକା ଅପଚୟ ରୋକିବା ପାଇଁ କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ନିଷ୍ପତ୍ତିକ୍ରମେ ଏହା କାର୍ଯ୍ୟକାରୀ ହେବ। ତେବେ ଘରୋଇ କୋଭିଡ୍‌ ଟିକାକରଣ କେନ୍ଦ୍ରରେ ଏହି ସୁବିଧା ଉପଲବ୍ଧ ହେବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri