ଦୀପାବଳିରେ ଧମାକା କରିବାକୁ ଆସୁଛି ଟାଇଗର-୩, ଏହି ଦିନଠୁ ଆରମ୍ଭ ହେବ ଆଡଭାନ୍ସ ବୁକିଂ

ମୁମ୍ବାଇ: ଦୀର୍ଘ ଦିନ ପରେ ସଲମାନ ଖାନ ବଡ ପରଦାରେ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି। ଦୀପାବଳି ଅବସରରେ ତାଙ୍କ ଫିଲ୍ମ ଟାଇଗର-୩ ରିଲିଜ ହେବାକୁ ଯାଉଛି। ଦୀପାବଳିରେ ଭାଇଜାନ ଏକ ଧମାକା ସୃଷ୍ଟି କରିବାକୁ ଯାଉଛନ୍ତି। ଫିଲ୍ମର ଆଡଭାନ୍ସ ବୁକିଂ ମଧ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ତେବେ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି। ଫିଲ୍ମର ପ୍ରଥମ ଶୋ ବିଷୟରେ ସୂଚନା ପ୍ରକାଶ ପାଇଛି। ଏହି ଚଳଚ୍ଚିତ୍ରର ପ୍ରଥମ ଶୋ ଦୀପାବଳିରେ ସକାଳ ୭ଟାରେ ରହିବ। ହଁ, ପ୍ରଶଂସକମାନେ ସକାଳ ୭ଟାରୁ ଟାଇଗର-୩ ଦେଖିପାରିବେ।

ଟାଇଗର-୩ ରେ ସଲମାନ ଖାନଙ୍କ ସହ କ୍ୟାଟ୍ରିନା କୈଫ ଏବଂ ଇମ୍ରାନ ହାଶମୀ ମୁଖ୍ୟ ଭୂମିକାରେ ନଜର ଆସିବେ। ଫିଲ୍ମରେ ଭିଲେନ ଭୂମିକାରେ ଇମ୍ରାନ ହାଶମୀ ନଜର ଆସିବେ। ନକାରାତ୍ମକ ଭୂମିକାରେ ଇମ୍ରାନ ହାଶମୀଙ୍କୁ ଦେଖିବାକୁ ପ୍ରଶଂସକମାନେ ଅପେକ୍ଷା କରିଛନ୍ତି।

ବାଣିଜ୍ୟ ବିଶ୍ଳେଷକ ତାରନ ଆଦର୍ଶ ଫିଲ୍ମର ପ୍ରଥମ ଶୋ ଏବଂ ଆଡଭାନ୍ସ ବୁକିଂ ବିଷୟରେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଛନ୍ତି। ସେ ଲେଖିଛନ୍ତି, ସଲମାନ ଖାନ, ଟାଇଗର-୩ ଶୋ ସକାଳ ୭ ଟାରୁ ଆରମ୍ଭ ହେବ । ୧୨ ନଭେମ୍ବର ରବିବାର ସକାଳ ୭ଟାରେ ଶୋ ’ଦେଖାଇବାକୁ ୟଶ ରାଜ ଫିଲ୍ମସ ନିଷ୍ପତ୍ତି ନେଇଛି, ଏବଂ ଅଗ୍ରୀମ ବୁକିଂ ୫ ନଭେମ୍ବରରୁ ଆରମ୍ଭ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri