ବଜ୍ରପାତ ସମ୍ପର୍କିତ ସୂଚନା ଜିଲାପାଳଙ୍କୁ ଆଗୁଆ ଦିଅ: ଏସ୍‌ଆର୍‌ସି

ଭୁବନେଶ୍ବର,୧୦ା୪(ବ୍ୟୁରୋ): କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତର ମାତ୍ରା ବଢ଼ିଥିବା ଦେଖିବାକୁ ମିଳିଛି। ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଗଲାଣି। ଜନସାଧାରଣଙ୍କୁ ଏଭଳି ବିପତ୍ତି ସମ୍ବନ୍ଧରେ ଆଗୁଆ ସୂଚନା ଦେବା ସକାଶେ ସରକାରୀ ତତ୍ପରତା ପ୍ରକାଶ ପାଇଛି। ରବିବାର ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଜିଲାର ଜିଲାପାଳ ଓ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ନିର୍ଦ୍ଦେଶକ ପ୍ରମୁଖ ଯୋଡ଼ି ହୋଇଥିଲେ। ଏବେ ବଜ୍ରପାତ, ବିଜୁଳି ଓ ବର୍ଷା ସମ୍ପର୍କରେ ପାଣିପାଗ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ମିଳିପାରୁଛି। ଏହି ସତର୍କ ସୂଚନା ସବୁ ଜିଲାପାଳଙ୍କୁ ଇମେଲ୍‌ ଓ ହ୍ବାଟ୍‌ସଆପ୍‌ ମାଧ୍ୟମରେ ଅବଗତ କରାଇବା ଲାଗି ଏସ୍‌ଆର୍‌ସି ପାଣିପାଗ କାର୍ଯ୍ୟାଳୟ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି।
ବିଭିନ୍ନ ଜିଲାରୁ ବଜ୍ରପାତଜନିତ ଦୁର୍ଘଟଣାର ଖବର ଆସୁଥିବାବେଳେ ସେନେଇ ସତର୍କ ସୂଚନା ପାଇବା ମାତ୍ରେ ତୁରନ୍ତ ଖବର ଦିଆଯିବା ଦରକାର। ଏନେଇ ସ୍ଥାନୀୟ ଏବଂ ସାମାଜିକ ଗଣମାଧ୍ୟମ, ସ୍ବେଚ୍ଛାସେବୀ ଅନୁଷ୍ଠାନ ତଥା ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ଅବଗତ ହୋଇପାରିଲେ ମୂଲ୍ୟବାନ ଜୀବନ ରକ୍ଷା କରାଯାଇପାରିବ। ତେଣୁ ଏନେଇ ଜିଲାପାଳଙ୍କୁ ଅନୁରୂପ ପଦକ୍ଷେପ ଗ୍ରହଣ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଦେଖାଯାଉଛି ଯେ, ବଜ୍ରପାତ ପ୍ରାୟତଃ ଦିନ ୨ଟାରୁ ରାତି ୯ଟା ମଧ୍ୟରେ ସଂଘଟିତ ହେଉଛି। ମୁଖ୍ୟତଃ କୃଷକ, କୃଷି କାର୍ଯ୍ୟରେ ଜଡ଼ିତ ଶ୍ରମିକ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବାକୁ ଯାଉଥିବା ଲୋକମାନେ ବିଶେଷ ଭାବେ ଏହି ଦୁର୍ବିପାକର ଶିକାର ହେଉଛନ୍ତି। ଏହି ଅବସରରେ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ନିର୍ଦ୍ଦେଶକ ଏଚ୍‌. ଆର୍‌. ବିଶ୍ୱାସ କହିଛନ୍ତି, ଏଭଳି ଅବସ୍ଥା ଆଗାମୀ କିଛିଦିନ ପର୍ଯ୍ୟନ୍ତ ଲାଗି ରହିପାରେ। ଏହି ସମୟ ମଧ୍ୟରେ ବାହାରେ ରହୁଥିବା ଲୋକମାନେ ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ସେ ପରାମର୍ଶ ଦେଇଛନ୍ତି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଖବରକାଗଜ ଏବଂ ଟେଲିଭିଜନ ମାଧ୍ୟମରେ ସତର୍କ ସୂଚନା ଜାରି କରାଯିବ। ବଜ୍ରପାତ ସମୟରେ କିଭଳି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ ସେନେଇ ସବୁ ଜିଲାପାଳଙ୍କ ମାଧ୍ୟମରେ ଏହାର ପ୍ରଚାରପ୍ରସାର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?