ବଜ୍ରପାତ ସମ୍ପର୍କିତ ସୂଚନା ଜିଲାପାଳଙ୍କୁ ଆଗୁଆ ଦିଅ: ଏସ୍‌ଆର୍‌ସି

ଭୁବନେଶ୍ବର,୧୦ା୪(ବ୍ୟୁରୋ): କିଛିଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତର ମାତ୍ରା ବଢ଼ିଥିବା ଦେଖିବାକୁ ମିଳିଛି। ଏଥିଯୋଗୁ କେତେକଙ୍କ ଜୀବନ ମଧ୍ୟ ଗଲାଣି। ଜନସାଧାରଣଙ୍କୁ ଏଭଳି ବିପତ୍ତି ସମ୍ବନ୍ଧରେ ଆଗୁଆ ସୂଚନା ଦେବା ସକାଶେ ସରକାରୀ ତତ୍ପରତା ପ୍ରକାଶ ପାଇଛି। ରବିବାର ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଜିଲାର ଜିଲାପାଳ ଓ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ନିର୍ଦ୍ଦେଶକ ପ୍ରମୁଖ ଯୋଡ଼ି ହୋଇଥିଲେ। ଏବେ ବଜ୍ରପାତ, ବିଜୁଳି ଓ ବର୍ଷା ସମ୍ପର୍କରେ ପାଣିପାଗ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ମିଳିପାରୁଛି। ଏହି ସତର୍କ ସୂଚନା ସବୁ ଜିଲାପାଳଙ୍କୁ ଇମେଲ୍‌ ଓ ହ୍ବାଟ୍‌ସଆପ୍‌ ମାଧ୍ୟମରେ ଅବଗତ କରାଇବା ଲାଗି ଏସ୍‌ଆର୍‌ସି ପାଣିପାଗ କାର୍ଯ୍ୟାଳୟ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି।
ବିଭିନ୍ନ ଜିଲାରୁ ବଜ୍ରପାତଜନିତ ଦୁର୍ଘଟଣାର ଖବର ଆସୁଥିବାବେଳେ ସେନେଇ ସତର୍କ ସୂଚନା ପାଇବା ମାତ୍ରେ ତୁରନ୍ତ ଖବର ଦିଆଯିବା ଦରକାର। ଏନେଇ ସ୍ଥାନୀୟ ଏବଂ ସାମାଜିକ ଗଣମାଧ୍ୟମ, ସ୍ବେଚ୍ଛାସେବୀ ଅନୁଷ୍ଠାନ ତଥା ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ଅବଗତ ହୋଇପାରିଲେ ମୂଲ୍ୟବାନ ଜୀବନ ରକ୍ଷା କରାଯାଇପାରିବ। ତେଣୁ ଏନେଇ ଜିଲାପାଳଙ୍କୁ ଅନୁରୂପ ପଦକ୍ଷେପ ଗ୍ରହଣ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଦେଖାଯାଉଛି ଯେ, ବଜ୍ରପାତ ପ୍ରାୟତଃ ଦିନ ୨ଟାରୁ ରାତି ୯ଟା ମଧ୍ୟରେ ସଂଘଟିତ ହେଉଛି। ମୁଖ୍ୟତଃ କୃଷକ, କୃଷି କାର୍ଯ୍ୟରେ ଜଡ଼ିତ ଶ୍ରମିକ, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରିବାକୁ ଯାଉଥିବା ଲୋକମାନେ ବିଶେଷ ଭାବେ ଏହି ଦୁର୍ବିପାକର ଶିକାର ହେଉଛନ୍ତି। ଏହି ଅବସରରେ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ନିର୍ଦ୍ଦେଶକ ଏଚ୍‌. ଆର୍‌. ବିଶ୍ୱାସ କହିଛନ୍ତି, ଏଭଳି ଅବସ୍ଥା ଆଗାମୀ କିଛିଦିନ ପର୍ଯ୍ୟନ୍ତ ଲାଗି ରହିପାରେ। ଏହି ସମୟ ମଧ୍ୟରେ ବାହାରେ ରହୁଥିବା ଲୋକମାନେ ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ସେ ପରାମର୍ଶ ଦେଇଛନ୍ତି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଖବରକାଗଜ ଏବଂ ଟେଲିଭିଜନ ମାଧ୍ୟମରେ ସତର୍କ ସୂଚନା ଜାରି କରାଯିବ। ବଜ୍ରପାତ ସମୟରେ କିଭଳି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ ସେନେଇ ସବୁ ଜିଲାପାଳଙ୍କ ମାଧ୍ୟମରେ ଏହାର ପ୍ରଚାରପ୍ରସାର କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିପାରେ ଭାଜପା: ଅମିତ ଶାହା

ଭୁବନେଶ୍ୱର,୨ା୫: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ରେ ଦଳ ଓଡିଶାରେ ପ୍ରାୟ ୧୬ ଟି ଲୋକସଭା ଆସନ ଜିତିପାରେ ବୋଲି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ...

ସ୍ତ୍ରୀ ରୋଗ ବିଶେଷଜ୍ଞରୁ ରାଜନୀତି, ଭାଜପା ଟିକେଟ୍‌ରେ ଏଇଠୁ ଲଢିବେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳ ବାରବାଟୀ କଟକରୁ ପ୍ରଖ୍ୟାତ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ...

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri