‘କମ୍ପ୍ୟୁଟର ଇଞ୍ଜିନିୟରିଂରେ ଉଚ୍ଚତର ଗବେଷଣା ଆବଶ୍ୟକ’

କଟକ,୨୬।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘ଡ୍ରିମ୍‌ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟ’ ପକ୍ଷରୁ ନିକଟରେ ଏକ ୨ ଦିନିଆ ଜାତୀୟ କର୍ମଶାଳାର ଆୟୋଜନ କରାଯାଇଥିଲା। ବିଶେଷକରି ‘ଇଣ୍ଟରନ୍ୟାଶନାଲ କନ୍‌ଫରେନ୍‌ସ ଅନ୍‌ ଆଡଭାନ୍‌ସ କମ୍ପ୍ୟୁଟିଂ ଆଣ୍ଡ ଇଣ୍ଟେଲିଜେଣ୍ଟ ଇଞ୍ଜିନିୟରିଂ’ (ଆଇସିଏସିଆଇଇ-୨୦୨୨) ଶୀର୍ଷକ ବିଷୟବସ୍ତୁ ଉପରେ ୭ମ ଆନ୍ତର୍ଜାତିକ ସମ୍ମିଳନୀ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ୨ ଦିନିଆ ଜାତୀୟ ସମ୍ମିଳନୀରେ ଦେଶ ବିଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ଅଧ୍ୟାପକ, ଅଧ୍ୟାପିକା, ଗବେଷକ ଓ ଇଞ୍ଜିନିୟରମାନେ ମଧ୍ୟ ଅଂଶଗ୍ରହଣ କରି ନିଜ ନିଜର ମତ ବିନିମୟ କରିଥିଲେ। ସେହିଭଳି ଉକ୍ତ କର୍ମଶାଳାରେ କମ୍ପ୍ୟୁଟର ଜ୍ଞାନକୌଶଳ ଓ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ଉଚ୍ଚତର ଗବେଷଣା ଏବଂ ତା‘ର ଉପଯୋଗିତା ସମ୍ପର୍କିତ ୫୬ଟି ମନୋନୀତ ଗବେଷଣାମତ୍କ ନିବନ୍ଧ ମଧ୍ୟ ଉପସ୍ଥାପିତ ହୋଇଥିଲା।

ଏହି ପରିପ୍ରେକ୍ଷୀରେ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ ଉକ୍ତ ସମ୍ମିଳନୀକୁ ଉଦଘାଟନ କରି ଛାତ୍ରୀଛାତ୍ର ଓ ଗବେଷକଙ୍କ ପାଇଁ ଏହା ବେଶ୍‌ ପ୍ରେରଣାଦାୟକ ହେବ ବୋଲି ଆଶାବ୍ୟକ୍ତ କରିଥିଲେ। ସମ୍ମିଳନୀର ଉଦଘାଟନୀ ଉତ୍ସବରେ ଷ୍ଟାର୍ଟଅପ୍‌ ଓଡ଼ିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଡ. ଓଁକାର ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଶିଳ୍ପାନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମଧ୍ୟରେ ସହଯୋଗ ସୁଦୃଢ ହେଲେ ଦେଶର ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ସେହିପରି ଟିସିଏସ୍‌ର ବରିଷ୍ଠ ବିଜ୍ଞାନୀ ଡ. ହେମନ୍ତ କୁମାର ରଥ,ମରିସସ୍‌ ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକ ସିଭେନ୍‌ ଆମିିକ୍‌ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସମ୍ମିଳନୀର ସୁଦୂରପ୍ରସାରୀ ପ୍ରଭାବ ଉପରେ ବିସ୍ତୃତ ଆଲୋକପାତ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri