‘କମ୍ପ୍ୟୁଟର ଇଞ୍ଜିନିୟରିଂରେ ଉଚ୍ଚତର ଗବେଷଣା ଆବଶ୍ୟକ’

କଟକ,୨୬।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘ଡ୍ରିମ୍‌ସ ସ୍ବୟଂଶାସିତ ବୈଷୟିକ ମହାବିଦ୍ୟାଳୟ’ ପକ୍ଷରୁ ନିକଟରେ ଏକ ୨ ଦିନିଆ ଜାତୀୟ କର୍ମଶାଳାର ଆୟୋଜନ କରାଯାଇଥିଲା। ବିଶେଷକରି ‘ଇଣ୍ଟରନ୍ୟାଶନାଲ କନ୍‌ଫରେନ୍‌ସ ଅନ୍‌ ଆଡଭାନ୍‌ସ କମ୍ପ୍ୟୁଟିଂ ଆଣ୍ଡ ଇଣ୍ଟେଲିଜେଣ୍ଟ ଇଞ୍ଜିନିୟରିଂ’ (ଆଇସିଏସିଆଇଇ-୨୦୨୨) ଶୀର୍ଷକ ବିଷୟବସ୍ତୁ ଉପରେ ୭ମ ଆନ୍ତର୍ଜାତିକ ସମ୍ମିଳନୀ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ୨ ଦିନିଆ ଜାତୀୟ ସମ୍ମିଳନୀରେ ଦେଶ ବିଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସମେତ ଅଧ୍ୟାପକ, ଅଧ୍ୟାପିକା, ଗବେଷକ ଓ ଇଞ୍ଜିନିୟରମାନେ ମଧ୍ୟ ଅଂଶଗ୍ରହଣ କରି ନିଜ ନିଜର ମତ ବିନିମୟ କରିଥିଲେ। ସେହିଭଳି ଉକ୍ତ କର୍ମଶାଳାରେ କମ୍ପ୍ୟୁଟର ଜ୍ଞାନକୌଶଳ ଓ ଦକ୍ଷତା ବୃଦ୍ଧି କ୍ଷେତ୍ରରେ ଉଚ୍ଚତର ଗବେଷଣା ଏବଂ ତା‘ର ଉପଯୋଗିତା ସମ୍ପର୍କିତ ୫୬ଟି ମନୋନୀତ ଗବେଷଣାମତ୍କ ନିବନ୍ଧ ମଧ୍ୟ ଉପସ୍ଥାପିତ ହୋଇଥିଲା।

ଏହି ପରିପ୍ରେକ୍ଷୀରେ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହର ଅଧ୍ୟକ୍ଷ ଡ. ପ୍ରମୋଦ ଚନ୍ଦ୍ର ରଥ ଉକ୍ତ ସମ୍ମିଳନୀକୁ ଉଦଘାଟନ କରି ଛାତ୍ରୀଛାତ୍ର ଓ ଗବେଷକଙ୍କ ପାଇଁ ଏହା ବେଶ୍‌ ପ୍ରେରଣାଦାୟକ ହେବ ବୋଲି ଆଶାବ୍ୟକ୍ତ କରିଥିଲେ। ସମ୍ମିଳନୀର ଉଦଘାଟନୀ ଉତ୍ସବରେ ଷ୍ଟାର୍ଟଅପ୍‌ ଓଡ଼ିଶାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଡ. ଓଁକାର ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଶିଳ୍ପାନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ମଧ୍ୟରେ ସହଯୋଗ ସୁଦୃଢ ହେଲେ ଦେଶର ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ସେହିପରି ଟିସିଏସ୍‌ର ବରିଷ୍ଠ ବିଜ୍ଞାନୀ ଡ. ହେମନ୍ତ କୁମାର ରଥ,ମରିସସ୍‌ ବିଶ୍ୱବିଦ୍ୟାଳୟର ପ୍ରାଧ୍ୟାପକ ସିଭେନ୍‌ ଆମିିକ୍‌ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ସମ୍ମିଳନୀର ସୁଦୂରପ୍ରସାରୀ ପ୍ରଭାବ ଉପରେ ବିସ୍ତୃତ ଆଲୋକପାତ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri