ବେଦାନ୍ତ ଆଲୁମିନିୟମର ଆଡ୍‌ଭାନ୍ସ ଟ୍ରେନିଂ ସେଣ୍ଟର

ନୂଆଦିଲ୍ଲୀ,୬।୯ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଆଡଭାନ୍ସ ଟ୍ରେନିଂ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ବିଶେଷ କରି କମ୍ପାନୀର ଝାରସୁଗୁଡ଼ା ୟୁନିଟରେ କାର୍ଯ୍ୟରତ ଡ୍ରାଇଭରଙ୍କ ମଧ୍ୟରେ ସଚେତନତା ଆଣିବା ଓ ସଡ଼କ ସୁରକ୍ଷାକୁ ପ୍ରୋତ୍ସାହିତ କରିବା ସହ ଡ୍ରାଇଭରଙ୍କ ପାଇଁ ଉଭୟ ଭାରି ଯାନ ଓ ହାଲୁକା ଗାଡ଼ି ଚାଳନା ଦକ୍ଷତା ତାଲିମ କେନ୍ଦ୍ର ଆରମ୍ଭ ହୋଇଯାଇଛି। ଏହି ସୁବିଧା କାର୍ଯ୍ୟକାରୀ ନିରାପତା, ଦକ୍ଷତା ବିକାଶ ଓ ପରିବହନ କ୍ଷେତ୍ରରେ ସର୍ବୋଚ୍ଚ ମାନ ବଜାୟ ରଖିବାରେ କମ୍ପାନିର ପ୍ରତିବଦ୍ଧତାକୁ ଦର୍ଶାଉଛି। ସେହିଭଳି ଏହି ନୂଆ ତାଲିମ କେନ୍ଦ୍ର ଉଭୟ ହାଲୁକା ଓ ଭାରୀ ମୋଟରଯାନ ଚାଳନାକୁ ସୁଗମ କରିବା ସହିତ ଅତ୍ୟାବଶ୍ୟକ ଡ୍ରାଇଭିଂ ଦକ୍ଷତା ବିକାଶ ଓ ସଡ଼କ ନିରାପତା ଉପରେ ସାମଗ୍ରିକ ଜ୍ଞାନ ପ୍ରଦାନ କରିବ। ଏପରିକି ଏକ ନିୟନ୍ତ୍ରିତ ପରିବେଶରେ ହ୍ୟାଣ୍ଡ ଅନ ପ୍ରାକ୍ଟିସ ତାଲିମକୁ ସୁଗମ କରି ଏହି କେନ୍ଦ୍ର ଉଭୟ ହାଲୁକା ଓ ଭାରି ମୋଟରଯାନ ଚାଳନା ଉପରେ ଉପଯୁକ୍ତ ତାଲିମ ଦେବା ଲାଗି ପରିକଳ୍ପନା କରାଯାଇଛି।
ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଓଓ ସୁନୀଲ ଗୁପ୍ତା କହିଛନ୍ତି, କମ୍ପାନୀରେ ଆମେ ଆମର ଶ୍ରମିକ ସୁରକ୍ଷାକୁ ପ୍ରାଥମିକତା ଦେଇଥାଉ। ଏହି ରଣନୀତିକ କାର୍ଯ୍ୟକ୍ରମ ନିରାପତା ପ୍ରତି ଆମର ସୁରକ୍ଷା ବ୍ୟବସ୍ଥାକୁ ସୁନିଶ୍ଚିତ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଏପରିକି କମ୍ପାନୀ ତା’ର ସୁରକ୍ଷା ସଂସ୍କୃତିକୁ ସୁଦୃଢ କରିବା ପାଇଁ ବହୁ ପଦକ୍ଷେପ ଗ୍ରହଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri