Posted inଜାତୀୟ

ଆଡଭାନୀ, ଜୋଷୀଙ୍କୁ ନିମନ୍ତ୍ରଣ ନାହିଁ

ନୂଆଦିଲ୍ଲୀ, ୨ା୮: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ଲାଗି ଆସନ୍ତା ୫ ତାରିଖରେ ଭୂମିପୂଜନ ଉତ୍ସବ ଧୁମ୍‌ଧାମରେ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ଦିରର ଶିଳାନ୍ୟାସ କରିବାକୁ ଥିବାବେଳେ ବହୁ ବିଶିଷ୍ଟ ବ୍ୟକ୍ତି ଉତ୍ସବରେ ଯୋଗଦେବେ। ଉତ୍ସବରେ ଯୋଗଦେବା ପାଇଁ ରାମ ଜନ୍ମଭୂମି ଆନ୍ଦୋଳନର ନେତା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଉମା ଭାରତୀ ଏବଂ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କୁ ଆମନ୍ତ୍ରଣ କରାଯାଇଛି। ତେବେ ରାମ ଜନ୍ମଭୂମି ଆନ୍ଦୋଳନର ପୁରୋଧା ବରିଷ୍ଠ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ ଏବଂ ମୁରଲୀ ମନୋହର ଜୋଷୀଙ୍କୁ ଭୂମିପୂଜନ ଉତ୍ସବରେ ଯୋଗଦେବା ଲାଗି ଏପର୍ଯ୍ୟନ୍ତ ନିମନ୍ତ୍ରଣ କରାଯାଇ ନ ଥିବା ଜଣାପଡିଛି।
ଅନ୍ୟପକ୍ଷରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ୬୫ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିବିଶେଷ ଧର୍ମୀୟ ସମାବେଶରେ ଯୋଗ ଦେଇପାରିବେ ନାହିଁ। ସେହି ଅନୁଯାୟୀ ଦେଖିଲେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ୬୯ ବର୍ଷ ହୋଇଥିବାବେଳେ ଆଡଭାନୀଙ୍କୁ ୯୨ ଓ ଜୋଷୀଙ୍କୁ ୮୬ ବର୍ଷ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?