Posted inଜାତୀୟ

ଆଡଭାନୀଙ୍କୁ ଭେଟିଲେ ଶାହା: ୩୦ମିନିଟ୍‌ ଧରି ଚାଲିଲା ଆଲୋଚନା

ନୂଆଦିଲ୍ଲୀ,୨୨।୭: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ବୁଧବାର ତାଙ୍କ ବାସଭବନରେ ଭେଟିଛନ୍ତି। ଏହି ସମୟରେ ଦୁହିଁଙ୍କ ମଧ୍ୟରେ ରାମ ମନ୍ଦିର ଭୂମିପୂଜା କାର୍ଯ୍ୟକ୍ରମ ଓ ବାବ୍ରି ମସ୍‌ଜିଦ୍‌ ଭାଙ୍ଗିବା ଘଟଣାକୁ ନେଇ ଆଲୋଚନା ହୋଇଥିବା କୁହାଯାଉଛି। ଏହି ସାକ୍ଷାତକାର ପ୍ରାୟ ୩୦ ମିନିଟ୍‌ର ରହିଥିଲା। ଏହି ସମୟରେ ଭାଜପା ବରିଷ୍ଠ ନେତା ଭୂପେନ୍ଦ୍ର ଯାଦବ ମଧ୍ୟ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମଲଲାଙ୍କ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ପ୍ରାୟ ୧୫୦ ଲୋକ ସାମିଲ ହେବେ। ତେବେ ଏହି ମନ୍ଦିର ନିର୍ମାଣ ପାଇଁ ଲାଲକୃଷ୍ଣ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ସେ ସୋମନାଥରୁ ଅଯୋଧ୍ୟା ପର୍ଯ୍ୟନ୍ତ ଏକ ରଥ ଯାତ୍ରା ବାହାର କରିଥିଲେ। ସେହିପରି ୧୯୯୨ ଡିସେମ୍ବର ୬ରେ ବାବ୍ରି ମସ୍‌ଜିଦ୍‌ ଭାଙ୍ଗିବା ଘଟଣାରେ ଆଡଭାନୀ, ମୁରଲୀ ମନୋହର ଜୋଶୀ, ଉମା ଭାରତୀ ଓ କଲ୍ୟାଣ ସିଂହଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ତେବେ ଆସନ୍ତା ୨୪ରେ ବାବ୍ରି ମସ୍‌ଜିଦ୍‌ ଭାଙ୍ଗିବା ଘଟଣାରେ ଆଡଭାନୀ ହାଜର ହେବେ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସିବିଆଇର ସ୍ବତନ୍ତ୍ର କୋର୍ଟରେ ସେ ହାଜର ହେବେ। ଏହି ସମୟରେ ତାଙ୍କର ବୟାନ ରେକର୍ଡ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri