୪ବର୍ଷିଆ ୟୁଜି ପାଠ୍ୟକ୍ରମ ନେଇ ବିଜ୍ଞପ୍ତି

ଭୁବନେଶ୍ୱର, ୧୩।୧୨(ବ୍ୟୁରୋ):ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ପାଠ ପଢ଼ିବାକୁ ହେବ। ଏ ନେଇ ପୂର୍ବରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଘୋଷଣା କରାଯାଇଛି। ଜାତୀୟ ଶିକ୍ଷାନୀତି ଅନୁସାରେ ପୂର୍ବରୁ ୟୁଜିସି ଏ ନେଇ ଚିଠା ପ୍ରସ୍ତାବ ପ୍ରସ୍ତୁତ କରିଥିଲା। ସୋମବାର ଏନେଇ ୟୁଜିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ଡିମ୍‌ଡ୍‌ ୟୁନିଭର୍ସିଟି ଏବଂ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି। ସ୍ନାତକ ପାଇଁ ପ୍ରସ୍ତୁତ ହୋଇଥିବା କରିକୁଲମ ଆଣ୍ଡ୍‌ କ୍ରେଡିଟ୍‌ ଫ୍ରେମ୍‌ଓ୍ବର୍କକୁ ଲାଗୁ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବା ପାଇଁ କୁହାଯାଇଛି।
ଏହି ନୂତନ ନିୟମାନୁସାରେ,ଏଣିକି ୩ ବର୍ଷ ପରିବର୍ତ୍ତେ ୪ ବର୍ଷ ଅଣ୍ଡରଗ୍ରାଜୁଏଶନ (ୟୁଜି) ପାଠ୍ୟକ୍ରମ ଶେଷ କରିବା ପରେ ଛାତ୍ରୀଛାତ୍ର ଅନର୍ସ ଡିଗ୍ରୀ ସାର୍ଟିଫିକେଟ ପାଇପାରିବେ। ତେବେ ସ୍ନାତକ ଡିଗ୍ରୀ ସାର୍ଟିଫିକେଟ୍‌ ପାଇବା ପାଇଁ ପୂର୍ବପରି ତିନିବର୍ଷ ପଢ଼ିବାକୁ ପଡ଼ିବ। କିନ୍ତୁ ସ୍ନାତକ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ରଖାଯାଇଛି। ସେହିଭଳି ଯେଉଁ ଛାତ୍ରୀଛାତ୍ର ପ୍ରାରମ୍ଭିକ ୬ଟି ସେମିଷ୍ଟରରେ ୭୫ ପ୍ରତିଶତରୁ ଅଧିକ ନମ୍ବର ରଖିବେ ଏବଂ ଗ୍ରାଜୁଏଶନ ସ୍ତରରେ ରିସର୍ଚ୍ଚ କରିବାକୁ ଚାହିଁବେ, ସେମାନଙ୍କୁ ଚତୁର୍ଥ ବର୍ଷରେ ରିସର୍ଚ୍ଚ ବିଷୟ ବାଛିବା ପାଇଁ ସୁଯୋଗ ଦିଆଯିବ। ଆଉ ଏହା ପରେ ତାଙ୍କୁ ରିସର୍ଚ୍ଚ ସହିତ ଅନର୍ସ ଡିଗ୍ରୀ ପ୍ରଦାନ କରାଯିବ। ଯେଉଁମାନେ ଏବେ ସ୍ନାତକରେ ନାମ ଲେଖାଇ ସାରିଛନ୍ତି ଏକବର୍ଷ ସମ୍ପୂର୍ଣ୍ଣ ହେବା ପରେ ସେମାନଙ୍କୁ ବର୍ଷିକିଆ ସାର୍ଟିଫିକେଟ୍‌ ମିଳିବ। ଦୁଇବର୍ଷ ପରେ ଡିପ୍ଲୋମା ଓ ତିନି ବର୍ଷ ପରେ ସ୍ନାତକ ସାର୍ଟିଫିକେଟ୍‌ ଦିଆଯିବ। ତିନି ବର୍ଷିଆ ସ୍ନାତକ ଡିଗ୍ରୀ ଛାତ୍ରୀଛାତ୍ରଙ୍କ ପାଇଁ ଦୁଇ ବର୍ଷିଆ ପିଜି ପାଠ୍ୟକ୍ରମ ଓ ୪ବର୍ଷିଆ ସ୍ନାତକ ଅନର୍ସ ଡିଗ୍ରୀଧାରୀଙ୍କ ଲାଗି ବର୍ଷିକିଆ ପିଜି ପାଠ୍ୟକ୍ରମ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri