Posted inଜାତୀୟ

ବିଜ୍ଞାପନ ବିବାଦ, ଭାଜପା- ଏଏପି ମୁହାଁମୁହିଁ…

ନୂଆଦିଲ୍ଲୀ, ୨୬।୧୨: ବିଜ୍ଞାପନ ନେଇ ଭାଜପା ଏବଂ ଆମ୍‌ ଆଦ୍‌ମୀ(ଏଏପି) ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜ୍ଞାପନରେ ଅନାବଶ୍ୟକ ଖର୍ଚ୍ଚ କରୁଥିବା ମନ୍ତବ୍ୟ କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେବା ପରେ ଭାଜପା ଏବଂ ଏଏପି ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି।

ଶାହାଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ପ୍ରକାଶ କରି ଆମ ଆଦମୀ ପାର୍ଟି କହିଛି ଯେ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବାର୍ଷିକ ୨,୦୦୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଅପରପକ୍ଷରେ ଦିଲ୍ଲୀ ସରକାର ବିଜ୍ଞାପନରେ ୭୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଭାଜପା ଅଧୀନରେ ଥିବା ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେସନ ସବୁଠାରୁ ଦୁର୍ନୀତିଗ୍ରସ୍ତ ସଂଗଠନ ବୋଲି ଏଏପି କହିଛି।

ନିଗମର ସମସ୍ତ ଟଙ୍କା ଭାଜପା ନେତାଙ୍କ ପକେଟକୁ ଯାଉଛି। ଦିଲ୍ଲୀରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଯୋଗୀ ଆଦିତ୍ୟନାଥଙ୍କ ବିଜ୍ଞାପନ ରହିଛି। ସେମାନଙ୍କର ବିଜ୍ଞାପନ ଦିଲ୍ଲୀର ଖବରକାଗଜରେ ଦେଖାଯାଉଛି।

ବର୍ତ୍ତମାନ ଜାତୀୟ ରାଜଧାନୀରେ ଦିଲ୍ଲୀ ସରକାରଙ୍କ ୧୦୮ ଟି ହୋର୍ଡିଂ ଅଛି। ଅପରପକ୍ଷେ, ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଏବଂ ଯୋଗୀଙ୍କର ୮୫୦ ହୋର୍ଡିଂ ଅଛି। ଯୋଗୀ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ, ତେବେ ସେ କାହିଁକି ଦିଲ୍ଲୀରେ ଏତେ ବିଜ୍ଞାପନ ଦେଉଛନ୍ତି ବୋଲି ଏଏପି ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri