ଅଧିକ ଟେଷ୍ଟ ପାଇଁ ପରାମର୍ଶ

ଭଦ୍ରକ ଅଫିସ, ୮ା୮- ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ତଥା ଭଦ୍ରକ ଜିଲା କୋଭିଡ୍‌ ପର୍ଯ୍ୟବେକ୍ଷକ ମଧୁସୂଦନ ପାଢ଼ୀ ଶୁକ୍ରବାର ଜିଲା ଗସ୍ତରେ ଆସି କୋଭିଡ୍‌ ସମ୍ପର୍କୀତ ବିଭିନ୍ନ ସମୀକ୍ଷା କରି ଫେରିଛନ୍ତି। ଜିଲାରେ ଶୁକ୍ରବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୮୫୫ ଛୁଇଁଥିବା, ୪ ଜଣ ମୃତ୍ୟୁବରଣ କରିଥିବା, ୨୧,୩୬୬ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଥିବା ବର୍ତ୍ତମାନ ସୁଦ୍ଧା ୬୨୫ ଜଣ ସୁସ୍ଥ ହୋଇଥିବା ଓ ୨୨୬ ଜଣ ଚିକିସତ୍ାଧିନ ଥିବା ଜିଲା ପ୍ରଶାସନ ସୂଚନା ଦେଇଥିଲା। ଜିଲାରେ ଅଧିକରୁ ଅଧିକ ସନ୍ଦିଗ୍ଧଙ୍କ ଯେଭଳି ପରୀକ୍ଷା କରାଯାଇପାରିବ ସେନେଇ ସଚିବ ଗୁରୁତ୍ୱାରୋପ କରିଥିଲେ। ଜିଲାରେ ବଢ଼ୁଥିବା ସଂକ୍ରମଣକୁ ଆଖି ଆଗରେ ରଖି କୋଭିଡ୍‌ କେୟାର ସେଣ୍ଟର ବୃଦ୍ଧି କରିବା ପାଇଁ ଜିଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ। ପ୍ରତି ବ୍ଲକ ମୁଖ୍ୟାଳୟ, ସହରାଞ୍ଚଳମାନଙ୍କରେ ଭ୍ରାମ୍ୟମାଣ ଟେଷ୍ଟିଂ କ୍ୟାମ୍ପ କରି ଉଠା ଦୋକାନୀ ଓ ବଜାରକୁ ଆସୁଥିବା ଗ୍ରାହକଙ୍କ ସ୍ବାବ୍‌ ପରୀକ୍ଷା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଶେଷରେ ଧାମନଗର ସ୍ଥିତ କୋଭିଡ୍‌ କେୟାର ସେଣ୍ଟର ପରିଦର୍ଶନ କରି ସେଠାରେ ଥିବା ବିଭିନ୍ନ ସମସ୍ୟା ପଚାରି ବୁଝିଥିଲେ। ବୈଠକରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଏସ୍‌ପି ରାଜେଶ ପଣ୍ଡିତ, ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ର ଓ ଅରୁଣ ମହାପାତ୍ର, ଉପଜିଲାପାଳ ପୀତାମ୍ବର ସାମଲ, ଜିଲା ପ୍ରକଳ୍ପ ଅଧିକାରୀ ମଧୁସୂଦନ ଦାସଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri