ଆଖି ଧରିଲେ ସ୍କୁଲ ନ ଯିବାକୁ ପରାମର୍ଶ

ଭୁବନେଶ୍ୱର,୧୧।୭(ଅଭିଜିତ ଦାସ):ବର୍ଷା ଆରମ୍ଭରୁ ଡେଙ୍ଗୁ ଭଳି ଆଖିଧରା ରୋଗ ଆଉ ଏକ ଚିନ୍ତା ଆଣିଛି। ସ୍ବାସ୍ଥ୍ୟ ବିଭାଗର ଆକଳନ ଅନୁଯାୟୀ ପ୍ରତି ୧୦ଜଣଙ୍କ ମଧ୍ୟରୁ ୩ରୁ ୪ଜଣ ଆଖିଧରା ରୋଗରେ ସଂକ୍ରମିତ ହେଉଛନ୍ତି। ବିଶେଷକରି ପିଲା ଓ ବୟସ୍କଙ୍କୁ ଅଧିକ ଆକ୍ରାନ୍ତ କରୁଛି। ଏବେ ସ୍କୁଲ୍‌ଗୁଡିକରେ ଆଖିଧରା ଅଧିକ ବ୍ୟାପୁଥିବାରୁ ଓ ଛାତ୍ରୀଛାତ୍ର ପ୍ରଭାବିତ ହେଉଥିବାରୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଥିବାବେଳେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କେତେକ ପରାମର୍ଶ ଦିଆଯାଇଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି, ଯେଉଁ ବ୍ୟକ୍ତିମାନେ ଆଖିଧରା ରୋଗରେ ସଂକ୍ରମିତ ହୋଇଛନ୍ତି ସେମାନେ ଘରେ ଅନ୍ୟମାନଙ୍କଠାରୁ ଦୂରରେ ରୁହନ୍ତୁ। ଛାତ୍ରୀଛାତ୍ରଙ୍କ ଆଖି ଧରିଲେ ସେମାନେ ସ୍କୁଲ୍‌ ଯାଆନ୍ତୁ ନାହିଁ। ଆଖିଧରା ଛାତ୍ରୀଛାତ୍ର ୩ରୁ ୪ଦିନ ସ୍କୁଲ ବଦଳରେ ଘରେ ରହିବା ସହ ହାତ ଓ ଆଖିକୁ ଭଲ ଭାବରେ ପରିଷ୍କାର ରଖନ୍ତୁ। ଯେହେତୁ ଏହା ଏକ ଋତୁକାଳୀନ ଓ ସଂକ୍ରମଣ ରୋଗ, ସତର୍କତା ଅବଲମ୍ବନ କରିବା ନିହାତି ଆବଶ୍ୟକ ବୋଲି ମିଶ୍ର କହିଛନ୍ତି।

ମାର୍ଗଦର୍ଶିକା ଜାରିକଲା ସ୍ବାସ୍ଥ୍ୟ ବିଭାଗ

ଆଖି ଧରିବା ସମୟରେ ନିଜ ଚଷମାକୁ ପ୍ରତ୍ୟେକ ଦିନ ନିୟମିତ ଭାବରେ ସଫା କରନ୍ତୁ। ସୁଇମିଂ ପୁଲ୍‌, ପୋଖରୀ ଆଦିରେ ମୁହଁ ବୁଡାନ୍ତୁ ନାହିଁ ଓ ଏହାସହ ଆଖିଧରା ରୋଗରେ ଆକ୍ରାନ୍ତ ରହିଥିବା ବ୍ୟକ୍ତିଙ୍କ ରୁମାଲ, ତକିଆ କିମ୍ବା ନିତ୍ୟ ବ୍ୟବହାର ଆଇ-ଡ୍ରପ୍‌ ଭଳି ଅନ୍ୟାନ୍ୟ ଜିନିଷଗୁଡ଼ିକୁ ଅନ୍ୟ କେହି ବ୍ୟବହାର କରନ୍ତୁ ନାହିଁ। ଆଖି ଧରିଲେ ପରିଷ୍କାର କପଡାକୁ ଉଷୁମ ପାଣିରେ ପକାଇ ଆଖିକୁ ଭଲ ଭାବରେ ପୋଛିବା ସହ ଡାକ୍ତରଙ୍କ ବିନା ପରାମର୍ଶରେ ଆଖିରେ କୌଣସି ଔଷଧ ବ୍ୟବହାର କରନ୍ତୁ ନାହିଁ। ଅତି ଆବଶ୍ୟକ ହେଲେ ନିକଟସ୍ଥ ଡାକ୍ତରଖାନାକୁ ଯାଇ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri