ଭୟଭୀତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):କିଛି ମାସ ବିରାମ ପରେ ପୁଣି କୋଭିଡ୍‌-୧୯ ସଂକ୍ରମଣ ଭୟ ଘାରିଲାଣି। ଓମିକ୍ରନର ସବ୍‌ଭାରିଆଣ୍ଟ ବିଏଫ୍‌.୭ ଯୋଗୁ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଓଡ଼ିଶାରେ ମଧ୍ୟ ଏହି ଭୂତାଣୁ ସଂକ୍ରମିତ ଚିହ୍ନଟ ହେଲେଣି। ଆଗାମୀ ଦିନରେ ଯେପରି ଏହି ଭୂତାଣୁ ସଂକ୍ରମଣ ଅଧିକ ନ ବ୍ୟାପିବ ସେଥିଲାଗି ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଶୁକ୍ରବାର ଏ ନେଇ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ସମ୍ଭାବ୍ୟ ସଂକ୍ରମଣକୁ ଦେଖି ଆଗୁଆ କି ପ୍ରକାର ପଦକ୍ଷେପ ନିଆଯିବ ସେ ନେଇ ବୈଠକରେ ନିଷ୍ପତ୍ତି ନିଆଯିବ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ, ଆଞ୍ଚଳିକ ମେଡିକାଲ ଗବେଷଣା କେନ୍ଦ୍ର (ଆର୍‌ଏମ୍‌ଆର୍‌ସି) ଅଧିକାରୀ, ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ ସାଇନ୍ସ ଏବଂ ମେଡିକାଲ କଲେଜ ଓ ହସ୍ପିଟାଲଗୁଡ଼ିକର କର୍ତ୍ତୃପକ୍ଷମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନା ଅନୁଯାୟୀ ଅନ୍ୟ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ପ୍ରସ୍ତୁତ ହେବ।
ରାଜ୍ୟ ସ୍ବାସ୍ଥ୍ୟ ସେବା ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ କୋଭିଡ୍‌ର ନୂଆ ଭାରିଆଣ୍ଟ କେବଳ ଚାଇନାରେ ବ୍ୟାପୁଛି। ଏହା ଅର୍ଥ ନୁହେଁ ଯେ ଭାରତରେ ବ୍ୟାପିବ ନାହିଁ। ଭାରତରେ ମଧ୍ୟ ଏହି ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ଏହାକୁ ନେଇ ଲୋକମାନେ ଆତଙ୍କିତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ଜଣେ ବ୍ୟକ୍ତିଙ୍କଠାରେ ନୂଆ ଭାରିଆଣ୍ଟ ଠାବ କରାଯାଇଛି। ଗତ ସେପ୍ଟେମ୍ବର ୩୦ ତାରିଖରେ ସେହି ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିଲା। ତେବେ ସେହି ସଂକ୍ରମିତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ନ ଥିଲା। ଏହି ଭାରିଆଣ୍ଟର ମୃତ୍ୟୁ ହାର କମ୍‌। ସଂକ୍ରମଣକୁ ଦୃଷ୍ଟିରେ ରଖାଯାଇ ସରକାରଙ୍କ ଗାଇଡ୍‌ଲାଇନକୁ ପାଳନ କରାଯିବ। ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇନାହିଁ। ଏହା ଉପରେ ନଜର ରଖାଯାଇଛି। ଦରକାର ପଡ଼ିଲେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ତେବେ କରୋନାର ନୂଆ ଭାରିଆଣ୍ଟ ବ୍ୟାପୁଥିବାରୁ ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ଲୋକମାନେ ବୁଷ୍ଟର ଡୋଜ ନେବା ଦରକାର। ଅନ୍ୟପକ୍ଷରେ ଟ୍ରାକିଂ, ଟେଷ୍ଟିଂ ଓ ଚିକିତ୍ସା ଜାରି ରହିବ ବୋଲି ସେ କହିଛନ୍ତି॥ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ ନୂଆ ଭାରିଆଣ୍ଟକୁ ପ୍ରତିହତ କରିବା ଭଳି ପ୍ରତିରୋଧକ କ୍ଷମତା ଭାରତର ଲୋକମାନଙ୍କଠାରେ ରହିଛି। ଏ ନେଇ ବିବ୍ରତ ହେବାର କୌଣସି କାରଣ ନାହିଁ। ଗତ କିଛିମାସ ହେବ ଏହି ନୂଆ ଭାରିଆଣ୍ଟ ଭାରତରେ ବ୍ୟାପୁଥିବାର ଦେଖାଯାଉ ନାହିଁ। ତେବେ ଭବିଷ୍ୟତରେ କ’ଣ ହେବ ତାହା କହିହେବ ନାହିଁ। ଏହାକୁ ଦୃଷ୍ଟିରେ ରଖି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା ନିହାତି ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri