ପ୍ରଦୂଷଣ ରୋକିବାକୁ ଅଧିକାରୀଙ୍କୁ ପରାମର୍ଶ

ଝାରସୁଗୁଡ଼ା ଅଫିସ,୨୨।୧୨: ବିଧାନସଭା ହାଉସ ସବ୍‌କମିଟି ବୁଧବାର ୨ଦିନିଆ ଝାରସୁଗୁଡ଼ା ଜିଲା ଗସ୍ତ କରିଛନ୍ତି। କମିଟି ସଦସ୍ୟ ଏସ୍‌ଏମ୍‌ସି ପାୱାର ଜେନେରେସନ, ଓପିଜିସି ଓ ବେଦାନ୍ତ ଶିଳ୍ପାନୁଷ୍ଠାନ ପରିଦର୍ଶନ କରିଥିଲେ। ପରେ ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକରେ ଯୋଗଦେଇ ଜିଲାରେ ଜଳ, ବାୟୁ ଓ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ଥିବା ନିର୍ଦ୍ଦେଶାବଳୀର କିଭଳି ଅନୁପାଳନ କରାଯିବ ସେ ନେଇ ପଦକ୍ଷେପ ନେବାକୁ ଜିଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ।

କମିଟି ଅଧ୍ୟକ୍ଷ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଭ୍ୟ ନାଉରୀ ନାଏକ, ପ୍ରକାଶ ସୋରେନ ଓ ଡ. ସି ଏସ୍‌ ରାଜିନ ଏକ୍କା, ଜିଲାପାଳ ସରୋଜ କୁମାର ସାମଲ, ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ପ୍ରମୁଖ ଉପସ୍ଥିତ ଥିଲେ। ବର୍ଜ୍ୟ ଜଳର ଉପଯୁକ୍ତ ଟ୍ରିଟମେଣ୍ଟ, ଉଦ୍‌ବୃତ୍ତ ପ୍ରଦୂଷିତ ଜଳ କାରଖାନା ବାହାରକୁ ନ ଯିବା, ନିୟମ ଅନୁଯାୟୀ ଆନୁପାତିକ ବୃକ୍ଷରୋପଣ ଓ ପ୍ରଦୂଷଣ ମାତ୍ରା କମାଇବା ଉପରେ କମିଟି ଗୁରୁତ୍ୱାରୋପ କରିଥିଲା। ମିଳିତ ଉଦ୍ୟମ ଓ ସହଯୋଗୀ ମନୋଭାବ ନେଇ କାର୍ଯ୍ୟ କରିବାକୁ କମିଟି ପରାମର୍ଶ ଦେଇଛି। ପରିବେଶ ସୁରକ୍ଷା ଦିଗରେ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଜିଲାପାଳ ସାମଲ କମିଟିକୁ ଅବଗତ କରାଇଥିଲେ। ବୈଠକରେ ଜିଲାର ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସମେତ ଶିଳ୍ପାନୁଷ୍ଠାନ ଓ ରାଇସ୍‌ମିଲର କର୍ମକର୍ତ୍ତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri