ପ୍ରଦୂଷଣ ରୋକିବାକୁ ଅଧିକାରୀଙ୍କୁ ପରାମର୍ଶ

ଝାରସୁଗୁଡ଼ା ଅଫିସ,୨୨।୧୨: ବିଧାନସଭା ହାଉସ ସବ୍‌କମିଟି ବୁଧବାର ୨ଦିନିଆ ଝାରସୁଗୁଡ଼ା ଜିଲା ଗସ୍ତ କରିଛନ୍ତି। କମିଟି ସଦସ୍ୟ ଏସ୍‌ଏମ୍‌ସି ପାୱାର ଜେନେରେସନ, ଓପିଜିସି ଓ ବେଦାନ୍ତ ଶିଳ୍ପାନୁଷ୍ଠାନ ପରିଦର୍ଶନ କରିଥିଲେ। ପରେ ଜିଲା ଖଣିଜ ପାଣ୍ଠି ପ୍ରତିଷ୍ଠାନ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକରେ ଯୋଗଦେଇ ଜିଲାରେ ଜଳ, ବାୟୁ ଓ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ଥିବା ନିର୍ଦ୍ଦେଶାବଳୀର କିଭଳି ଅନୁପାଳନ କରାଯିବ ସେ ନେଇ ପଦକ୍ଷେପ ନେବାକୁ ଜିଲା ପ୍ରଶାସନକୁ ପରାମର୍ଶ ଦେଇଥିଲେ।

କମିଟି ଅଧ୍ୟକ୍ଷ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଭ୍ୟ ନାଉରୀ ନାଏକ, ପ୍ରକାଶ ସୋରେନ ଓ ଡ. ସି ଏସ୍‌ ରାଜିନ ଏକ୍କା, ଜିଲାପାଳ ସରୋଜ କୁମାର ସାମଲ, ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ପ୍ରମୁଖ ଉପସ୍ଥିତ ଥିଲେ। ବର୍ଜ୍ୟ ଜଳର ଉପଯୁକ୍ତ ଟ୍ରିଟମେଣ୍ଟ, ଉଦ୍‌ବୃତ୍ତ ପ୍ରଦୂଷିତ ଜଳ କାରଖାନା ବାହାରକୁ ନ ଯିବା, ନିୟମ ଅନୁଯାୟୀ ଆନୁପାତିକ ବୃକ୍ଷରୋପଣ ଓ ପ୍ରଦୂଷଣ ମାତ୍ରା କମାଇବା ଉପରେ କମିଟି ଗୁରୁତ୍ୱାରୋପ କରିଥିଲା। ମିଳିତ ଉଦ୍ୟମ ଓ ସହଯୋଗୀ ମନୋଭାବ ନେଇ କାର୍ଯ୍ୟ କରିବାକୁ କମିଟି ପରାମର୍ଶ ଦେଇଛି। ପରିବେଶ ସୁରକ୍ଷା ଦିଗରେ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଜିଲାପାଳ ସାମଲ କମିଟିକୁ ଅବଗତ କରାଇଥିଲେ। ବୈଠକରେ ଜିଲାର ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସମେତ ଶିଳ୍ପାନୁଷ୍ଠାନ ଓ ରାଇସ୍‌ମିଲର କର୍ମକର୍ତ୍ତା ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri