ସାପ କାମୁଡ଼ା, ଜଳବାହିତ ରୋଗରୁ ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୪।୮(ଅଭିଜିତ ଦାସ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ ନଦୀରେ ବନ୍ୟା ଆସିଛି। ବନ୍ୟା ଓ ବର୍ଷା ପାଣି ଘେରରେ ବହୁ ଗାଁ ରହିଛି। ଏସବୁ ଅଞ୍ଚଳରେ ସରୀସୃପଙ୍କ ପ୍ରାର୍ଦୁଭାବ ରହିଥିବାବେଳେ ଜଳବାହିତ ରୋଗ ବ୍ୟାପିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସାଧାରଣତଃ ବନ୍ୟା ଜଳରେ ଅନେକ ବିଷଧର ସାପ ଭାସି ଆସି ଘର ବା ଉଚ୍ଚ ସ୍ଥାନରେ ଆଶ୍ରୟ ନେଇଥାନ୍ତି। ଏହି ସମୟରେ ସାଧାରଣତଃ ଅଧିକ ସାପ କାମୁଡ଼ା ଘଟଣା ଘଟିଥାଏ। ତେଣୁ ବିଭାଗ ପକ୍ଷରୁ ସାପ କାମୁଡା ରୋଗୀଙ୍କୁ ମାଗଣା ଔଷଧ ଓ ଟେଷ୍ଟିଂ ଯୋଗାଇ ଦିଆଯିବ। ଏଥିସହ ସମସ୍ତ ଜିଲା, ଗୋଷ୍ଠୀ ଓ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ସାପ କାମୁଡା ରୋଗୀଙ୍କ ଚିକିତ୍ସାରେ ବ୍ୟବହୃତ ଆଣ୍ଟିଭେନମ୍‌ ଇଞ୍ଜେକ୍ସନ ଓ ଜରୁରୀକାଳୀନ ଔଷଧ ମହଜୁଦ ରଖିବାକୁ କୁହାଯାଇଛି। ବିଭାଗର ଜଣେ ଉଚ୍ଚପଦସ୍ତ ଅଧିକାରୀ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ଡେଙ୍ଗୁ ପ୍ରଭାବ ରହିଥିବା ବେଳେ ବନ୍ୟା କାରଣରୁ ଅଧିକାଂଶ ଗାଁରେ ଜଳବାହିତ ରୋଗର ଆଶଙ୍କା ରହିଛି। ପୂର୍ବରୁ ଓଡିଶାର କେତେକ ସ୍ଥାନରେ ଜଳବାହିତ ରୋଗ ବ୍ୟାପିଥିବାବେଳେ କେତେକ ରୋଗୀଙ୍କ ଜୀବନ ମଧ୍ୟ ଗଲାଣି। ଚଳିତବର୍ଷ ଜୁଲାଇ ସୁଦ୍ଧା ମୋଟ ୩୧୪ଟି କେସ୍‌ରୁ ୩୦ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ବନ୍ୟା ଅଞ୍ଚଳରେ ଜଳ ଉତ୍ସଗୁଡିକ ଦୂଷିତ ହୋଇଯାଇଥିବାରୁ ଉକ୍ତ ପାଣିରେ ହାଲୋଜେନ ବଟିକା ପକାଇ ପାଣି ପିଇବାକୁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ସେହିପରି ପାଣିଘେରରେ ଥିବା ଗାଁ ରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟସେବା ଶିବିର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏଠାରେ ଲୋକଙ୍କୁ ଦୈନିକ ବ୍ୟବହାର ହେଉଥିବା ଔଷଧ ମାଗଣା ବିତରଣ କରାଯିବ ସହ ଲୋକମାନେ ଶୁଖିଲା ଖାଦ୍ୟ ଖାଇବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri