ଘରେ ରହି ନୂଆବର୍ଷ ସ୍ବାଗତ କରିବାକୁ ପରାମର୍ଶ

ଛତ୍ରପୁର,୩୧ା୧୨(ଡି.ଏନ୍‌.ଏ.)-ଘରେ ନିଜ ପରିବାର ସହ ରହି ନୂଆବର୍ଷର ପ୍ରଥମ ଦିନକୁ ସ୍ବାଗତ କରିବାକୁ ଗଞ୍ଜାମ ଜିଲାବାସୀଙ୍କୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରାମର୍ଶ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ଜିଲାପାଳ କହିଛନ୍ତି, ନୂଆବର୍ଷ ପାଇଁ ବାହାରକୁ ଯଥା ପାର୍କ, ବେଳାଭୂମିକୁ ଯାଇ ଗହଳି କଲେ କରୋନା ସଂକ୍ରମଣ ଆଶଙ୍କା ରହିଛି। ତେଣୁ ଘରେ ରୁହନ୍ତୁ, ନିଜ ସହ ପରିବାର ସଦସ୍ୟଙ୍କୁ ସୁରକ୍ଷିତ ରଖନ୍ତୁ ବୋଲି ଜିଲାପାଳ କହିଛନ୍ତି । ସେହିପରି ସୋସିଆଲ ମିଡ଼ିଆରେ ନୂଆବର୍ଷ ଶୁଭେଚ୍ଛା ଜଣାଇବାକୁ ସେ ପରାମର୍ଶ ଦେଇଛନ୍ତି ।
ଜନସାଧାରଣଙ୍କ ସହଯୋଗ ଯୋଗୁ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିପାରିଛି। ବର୍ତ୍ତମାନ ଦୈନିକ ପଜିଟିଭ ସଂଖ୍ୟା ଏକ ଅଙ୍କରେ ସୀମିତ ରହୁଛି। ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା କମ୍‌ ରହିଛି। ଏଥିପାଇଁ ଜିଲାବାସୀଙ୍କୁ ଜିଲାପାଳ ଧନ୍ୟବାଦ ଦେବା ସହ ଆଗକୁ ମଧ୍ୟ ଏଭଳି ସହଯୋଗ ଜାରି ରଖିବାକୁ ଅନୁରୋଧ କରିଛନ୍ତି। ଗଞ୍ଜାମ ଜିଲାରେ ନୂଆ ୩ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଜିଲାରେ ୨୧,୮୦୮ ଜଣ ସଂକ୍ରମିତ ହେଲେଣି। ସେମାନଙ୍କ ମଧ୍ୟରୁ ୨୧, ୫୩୨ ଜଣ କରୋନାରୁ ଆରୋଗ୍ୟ ହୋଇଛନ୍ତି। ଯାହାକି ୯୮.୭ ପ୍ରତିଶତ । ଏବେ ୨୨ ଜଣ ସକ୍ରିୟ କରୋନା ରୋଗୀ ଥିବାବେଳେ ୨୪୬ ଜଣଙ୍କ ଜୀବନ ଯାଇଛି । ୮ ଜଣଙ୍କର ଅଣ କୋଭିଡ୍‌ରେ ମୃତ୍ୟୁ ହୋଇଛି। ବୁଧବାର ୧,୬୧୫ ଜଣଙ୍କ କରୋନା ଟେଷ୍ଟ କରାଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଜିଲାରେ ୭ ଲକ୍ଷ ୧୮ ହଜାର ୦୪୨ ଜଣଙ୍କ କରୋନା ଟେଷ୍ଟ ହୋଇଛି। ଆର୍‌ଟି ପିସିଆର ଟେଷ୍ଟ ଉପରେ ଗୁରୁତ୍ୱ ଦିଆଯାଉଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri