ଆଦ୍ୟାଶାଙ୍କୁ ମିଳିଲା ଇଣ୍ଡିଆ ବୁକ୍‌ ସାର୍ଟିଫିକେଟ

ପାରାଦୀପ,୨୬ା୧୦(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ପିପିଏଲ ଟାଉନଶିପରେ ରହୁଥିବା ଗଗନ ବିହାରୀ ସାହୁଙ୍କ ୩ ବର୍ଷୀୟା ଝିଅ ଆଦ୍ୟାଶାଙ୍କୁ ମିଳିଛି ଇଣ୍ଡିଆ ବୁକ୍‌ ରେକର୍ଡ ସାର୍ଟିଫିକେଟ। ତାଙ୍କର ଅସାଧାରଣ ସ୍ମରଣଶକ୍ତି ପାଇଁ ଏହି ସାର୍ଟିଫିକେଟ ମିଳିଛି ବୋଲି ତାଙ୍କ ବାପା ଗଗନ କହିଛନ୍ତି। ଆଦ୍ୟାଶାଙ୍କ ଜନ୍ମ ୨୦୧୯ ଅଗଷ୍ଟ ୨୬ ରେ। ଏହି ୩ ବର୍ଷ ବୟସରେ ସେ ୪୫ ଗାଡ଼ିର ନାମ କହି ପାରୁଛନ୍ତି। ୫୩ ପ୍ରଜାତିର ପକ୍ଷୀଙ୍କ ନାମ କହିବା ସହ ଚିହ୍ନି ପାରୁଛନ୍ତି। ୪୭ ପ୍ରକାର ଫଳର ନାମ କହିବା ସହ ଚିହ୍ନଟ କରିପାରୁଛନ୍ତି। ୬୬ ପ୍ରାଣୀଙ୍କ ନାମ, ୧୫ ପ୍ରକାର ପରିବା, ୧୧ ପ୍ରକାର ଆକାର(ସ୍ପେସ୍‌), ଶରୀରର ୨୮ ଅଙ୍ଗ, ୭୩ଟି ଦେଶର ରାଜଧାନୀ ନାମ, ଭାରତର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ନାମ, ୭୧ ଶବ୍ଦର ପ୍ରତିଶବ୍ଦ, ୨୦ଟି ଦେଶର ଜାତୀୟ ପ୍ରତୀକର ନାମ, ୭୨ କବିତା ଆବୃତ୍ତି, ୮ଟି ଗ୍ରହର ନାମ, ୭ଟି ମହାଦୀପ ନାମ, ୫ଟି ମହାସାଗର ନାମ ଭଳି ଅନେକ ସାଧାରଣ ଜ୍ଞାନ ଅନର୍ଗଳ କହି ପାରୁଛନ୍ତି। ଏପରି ବିସ୍ମୟ ଶିଶୁଙ୍କ ଭବିଷ୍ୟତ ଉଜ୍ଜ୍ୱଳ ପାଇଁ ମା’ ବାପା ଓ ପିପିଏଲ ପରିବାର ନିଜକୁ ଭାଗ୍ୟବାନ ମନେ କରୁଛନ୍ତି ବୋଲି ଦର୍ଶାଇଛନ୍ତି। ଆଦ୍ୟାଶାଙ୍କ ପୈତୃକ ଗ୍ରାମ ଗଞ୍ଜାମ ଜିଲାରେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri