ଚାଷୀଙ୍କ ଦୁର୍ଦ୍ଦଶା ବଢ଼ାଉଛି ଅଦିନିଆ ବର୍ଷା

ପଦ୍ମପୁର/ବନ୍ତ, ୧୫ା୧(ଡି.ଏନ.ଏ.) ଚଳିତବର୍ଷ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀମାନଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଚାଷ ଆରମ୍ଭରେ ଅନିୟମିତତା ବର୍ଷା, ସାରର ଅଭାବୀ ବିକ୍ରି ପରେ ଲଘୁଚାପ ଜନିତ ବର୍ଷା ଏବଂ ଏବେ ଅମଳ ସମୟରେ କଟାଯାଇଥିବା ପାଚିଲା ଧାନ ବିଲରେ ଭିଜୁଛି। ଏହାକୁ ନେଇ ଚାଷୀମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଭଦ୍ରକ ଜିଲା ବାସୁଦେବପୁର, ଭଦ୍ରକ ଓ ବନ୍ତ ବ୍ଲକର ବହୁ ପଞ୍ଚାୟତରେ ପାଚିଲା ଧାନ ଅଦିନିଆ ବର୍ଷାରେ ଭିଜୁଛି। ସେହିପରି ଅମଳ ଧାନ ସବୁ ଖଳାରେ ଭିଜୁଥିବା ଦେଖାଯାଇଛି। ବାସୁଦେବପୁର ବ୍ଲକର ପଦ୍ମପୁର, ଜଗନ୍ନାଥପ୍ରସାଦ, ଏଡ଼ତାଳ, ଲୁଙ୍ଗା, ଲକ୍ଷ୍ମୀଦାସପୁର, ରାଜଘରପୋଖରୀ, ଆନ୍ଦୋଳା, କରଞ୍ଜଆଡ଼ିଆ, ଭଦ୍ରକ ବ୍ଲକର ସାହାଡ଼ା, ଏରଡ଼ା, ଚଣ୍ଡିଗାଁ ପଞ୍ଚାୟତରେ ଅମଳ ହୋଇଥିବା ଓ କଟାଯାଇଥିବା ଧାନ ପାଣିରେ ଭିଜି ନଷ୍ଟ ହେଉଛି। ଅମଳ ହୋଇଥିବା ଧାନକୁ ଚାଷୀମାନେ ବିକ୍ରି କରି ପାରିନାହାନ୍ତି। ବିଭିନ୍ନ ସେବା ସମବାୟ ସମିତିରେ ମଣ୍ଡି ଖୋଲିଥିଲେ ମଧ୍ୟ ଚାଷୀମାନେ ଟୋକନ ପାଇନାହାନ୍ତି। ଗତ ୩ ଦିନ ଧରି ଲଗାତର ବର୍ଷା ଫଳରେ ଧାନ ଭିଜି ଗଜାହେବାକୁ ବସିଛି। ଅଦିନିଆ ବର୍ଷା ଚାଷୀଙ୍କ ଦୁର୍ଦ୍ଦଶା ବଢ଼ାଉଛି।
ସେହିପରି ବନ୍ତ ବ୍ଲକ ନିଳୋକ, ପଧାନପଡ଼ା, ଶେଣ୍ଢତୀରା ସମେତ ବିିଭିନ୍ନ ପଞ୍ଚାୟତରେ ଏପରି ସମସ୍ୟା ଦେଖାଯାଇଛି। ପ୍ରତିବର୍ଷ ଡିସେମ୍ବର ୨୦ରୁ ୨୨ ମଧ୍ୟରେ ଫସଲ ଅମଳ ଶେଷ ହେଉଥିବା ବେଳେ ଏଥର ବିଳମ୍ବ ହୋଇଛି। ଚାଷୀମାନେ କିପରି ଫସଲ ଅମଳ କରିବେ ସେନେଇ ଚିନ୍ତାରେ ପଡ଼ିଛନ୍ତି। ଶନିବାର ସୁଦ୍ଧା ବର୍ଷା କମିଲେ ଜମି ଶୁଖିବାକୁ ପ୍ରାୟ ୧୦ ଦିନ ଲାଗିବ। ସେତେବେଳକୁ ପାଚିଲା ଧାନ ସବୁ ନଷ୍ଟ ହୋଇଯାଇଥିବ ବୋଲି ଚାଷୀମାନେ ପ୍ରକାଶ କରିଛନ୍ତି। ରାଜ୍ୟ ସରକାର ଓ ଜିଲା କୃଷି ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ଫସଲ ବୀମା ପ୍ରଦାନ ସହ କୃଷି ଋଣ ଛାଡ଼ କରିବାକୁ ଚାଷୀମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ କୃଷି ଅଧିକାରୀ ଅନିରୁଦ୍ଧ ବେହେରାଙ୍କୁ ପଚାରିବାରୁ କେତେକ ପଞ୍ଚାୟତରେ ଏପରି ସମସ୍ୟା ଦେଖାଯାଇଛି, ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri