ମାଓବାଦୀ ଦମନ ଲାଗି ଏରିଏଲ ସର୍ଭେ

ଫୁଲବାଣୀ ଅଫିସ, ୨୮ା୧୦: କନ୍ଧମାଳ ଜିଲାରେ କିଛି ଦିନ ହେଲା ମାଓବାଦୀମାନେ ହିଂସ୍ର ହୋଇ ଉଠିଛନ୍ତି। ସେମାନଙ୍କୁ ଦମନ କରିବା ଲାଗି ପୋଲିସ ତପତ୍ର ହୋଇଉଠିଛି ା ଏଥିପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହେଉଛି। ମାଓବାଦୀ ପ୍ରଭାବିତ ଅଞ୍ଚଳରେ ହେଲିକେପ୍ଟରରେ ଏରିଏଲ ସର୍ଭେ ହେବ। ରାଜ୍ୟ ପୋଲିସ ସହ ସିଆରପିଏଫ ଏବଂ ବିଏସ୍‌ଏଫ୍‌ ମାଓବାଦୀ ଦମନରେ ସାମିଲ ହେବା ନେଇ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।
ଶୁକ୍ରବାର ରାଜ୍ୟ ପୋଲିସ ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ କୁମାର ପଣ୍ଡା, ଆଇଜି (ଅପରେଶନ) ଅମିତାଭ ଠାକୁର, ଡିଆଇଜି ଏସ୍‌ଆଇଡବ୍ଲ୍ୟୁ ଅନିରୁଦ୍ଧ କୁମାର ସିଂ, ବିଏସ୍‌ଏଫ ଆଇଜି ଧନେଶ୍ୱର କୁମାର ଶର୍ମା, ଡିଆଇଜି ଧୀରେନ୍ଦ୍ର କୁମାର ପ୍ରମୁଖ ଏକ ହେଲିକପ୍ଟରରେ ଆସି ଫୁଲବାଣୀ ପୋଲିସ ରିଜର୍ଭ ପଡିଆରେ ଓହ୍ଲାଇଥିଲେ। ସେଠାରୁ ଗାଡିରେ ଜିଲା ପୋଲିସ ମୁଖ୍ୟାଳୟ ଆସି ମାଓବାଦୀ ଦମନ ସଂକ୍ରାନ୍ତରେ ଏସ୍‌ପି ଭିନୀତ ଅଗ୍ରୱାଲ, ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, ବାଲିଗୁଡା ଏସ୍‌ଡିପିଓ ଜି.ରାଘବେନ୍ଦ୍ର, ସିଆର୍‌ପିଏଫ କମାଣ୍ଡାଣ୍ଟ ଆନନ୍ଦଝାଙ୍କ ସହ ଆଲୋଚନା କରିଥିଲେ। ଜିଲାର ମାଓବାଦୀ ପ୍ରଭାବିତ ଅଞ୍ଚଳ ଗୋଚ୍ଛାପଡ଼ା, ପାହିରାଜୁ, କଲମପଦର, ରାକା, ମିଙ୍ଗୁନପଦର, ସାଡ଼ିଙ୍ଗିଆ, ଲୁବେନଗଡ଼ ଏବଂ ଆଉ କେତେକ ଅଞ୍ଚଳରେ ଏରିଅଲ ସର୍ଭେ ହେବ। ମାଓବାଦୀ ଦମନ ପାଇଁ ଆଗକୁ କଡ଼ା ପଦକ୍ଷେପ ଗ୍ରହଣ କରାଯିବ ବୋଲି ଆଇଜି ଠାକୁର କହିଛନ୍ତି। ଏଥିସହ ସେମାନେ ହିଂସା ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି। ବିଏସ୍‌ଏଫ ଆଇଜି ଧନେଶ୍ୱର କୁମାର ଶର୍ମା କହିଛନ୍ତି, ରାଜ୍ୟ ସରକାର ମାଓବାଦୀ ଦମନ ପାଇଁ ସେମାନଙ୍କ ସହଯୋଗ ଲୋଡ଼ିଲେ ସେହି ଅନୁସାରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ। ସରକାରଙ୍କ ଯୋଜନା ଅନୁସାରେ ସବୁ କାମ ହେବ। ତାହା ଉପରେ ଅଧିକ କିଛି କହି ହେବନାହିଁ ବୋଲି କହିଥିଲେ। ସୂଚନାଯୋଗ୍ୟ, ଗତ ୧୧ ତାରିଖରେ କୋମ୍ବିଂ ଅପରେଶନ ବେଳେ ପୋଲିସ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା। ସର୍ଚ୍ଚ ଅପରେସନ ବେଳେ ଜଙ୍ଗଲରୁ ବହୁ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଲାଲ ବାହିନୀ ଗତ ସୋମବାର ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କରିବା ପରେ ଏକ ଠିକା ସଂସ୍ଥାର ଜେସିବି, ଟ୍ରାକ୍ଟର ଆଦି ପୋଡି ଦେଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri