Posted inଖେଳ

ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌: ପେର୍ସେପଲିସ୍‌ଠାରୁ ଲଢ଼େଇ କରି ହାରିଲା ଗୋଆ

ମାର୍ଗାଓ,୨୨।୪(ପି.ଟି.): ଏଠାରେ ଚାଲିଥିବା ଏସିଆନ ଫୁଟ୍‌ବଲ କନ୍‌ଫେଡେରେଶନ (ଏଏଫ୍‌ସି) ଚାମ୍ପିୟନ୍ସ ଲିଗ୍‌ରେ ଭାରତୀୟ କ୍ଲବ ଏଫ୍‌ସି ଗୋଆ ପ୍ରଭାବୀ ପ୍ରଦର୍ଶନ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ୍‌ରେ ଗୋଆ ଲଢେଇ କରି ୧-୨ ଗୋଲରେ ଗ୍ରୁପ ‘ଇ’ ଶୀର୍ଷରେ ଥିବା ପେର୍ସେପଲିସ୍‌ ପରାସ୍ତ ହୋଇଛି।
୧୪ତମ ମିନିଟ୍‌ରେ ଏଡୁ ବେଡିଆ ଗୋଲ ଦେଇ ଗୋଆକୁ ଅଗ୍ରଣୀ କରାଇଥିଲେ। ଗୋଲ ଦେବାରେ ବେଡିଆଙ୍କୁ ବ୍ରାଣ୍ଡନ ଫର୍ନାଣ୍ଡିଜ୍‌ ସହାୟତା ପ୍ରଦାନ କରିଥିଲେ। ଭାରତର ଏହି ଖୁସି ବେଶି ସମୟ ତିଷ୍ଠି ପାରି ନ ଥିଲା। ପେର୍ସେପଲିସ୍‌ ଏହାପରେ ଦୃଢ ପ୍ରତ୍ୟାବର୍ତ୍ତନ କରି ଦୁଇଟି ଗୋଲ ଦେଇ ମ୍ୟାଚ୍‌ ହାତେଇଥିଲା। ଦଳ ତରଫରୁ ୧୮ତମ ମିନିଟ୍‌ରେ ମେହଦି ତୋରାବି ପେନାଲ୍ଟି ଜରିଆରେ ୧୮ତମ ମିନିଟ୍‌ରେ ଗୋଲ ସ୍କୋର କରିଥିଲେ। ଏହାର ଠିକ୍‌ ୫ ମିନିଟ୍‌ ପରେ ୨୪ତମ ମିନିଟ୍‌ରେ ଜଲାଲ ହୋସେଇନି ଗୋଲ ଦେଇ ଦଳକୁ ୨-୧ରେ ଅଗ୍ରଣୀ କରାଇଥିଲେ। ଏହାପରେ ଉଭୟ ଦଳ ମଧ୍ୟରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। କୋତୋଟି ସୁଯୋଗ ପାଇଥିଲେ ମଧ୍ୟ ଗୋଲ ସମ୍ଭବ ହୋଇପାରି ନ ଥିଲା। ଫଳରେ ଭାରତୀୟ କ୍ଲବ୍‌କୁ ପରାଜୟ ବରଣ କରିବାକୁ ହୋଇଥିଲା।
ଗତ ସଂସ୍କରଣରେ ପେର୍ସେପଲିସ୍‌ ରନର୍ସଅପ୍‌ ବିବେଚିତ ହୋଇଥିଲା। ଇଞ୍ଜୁରି କାରଣରୁ ଗୋଆ ଆଦିଲ ଖାଁଙ୍କ ବଦଳରେ ଅମରଜିତ ସିଂଙ୍କୁ ୨୯ ତମ ମିନିଟ୍‌ରେ ସାମିଲ କରାଯାଇଥିଲା। ଏଥିସହିତ ଗ୍ରୁପ୍‌ ପର୍ଯ୍ୟାୟରେ ଗୋଆ ପ୍ରଥମ ପରାଜୟ ବରଣ କରିଛି। ଅନ୍ୟପଟେ ପେର୍ସେପଲିସ୍‌ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ପ୍ରଥମଥର ପାଇଁ ଗୋଆ ଏହି କଣ୍ଟିନେଣ୍ଟାଲ ଟପ୍‌ ଟାୟର ଲିଗ୍‌ରେ ଅଂଶଗ୍ରହଣ କରିଛି। ଗୋଆ ତୃତୀୟ ସ୍ଥାନରେ ରହିଛି। ପରାସ୍ତ ହୋଇଥିଲେ ମଧ୍ୟ ଗୋଆର ପ୍ରଦର୍ଶନ ପ୍ରଶଂସନୀୟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?