ସହରରେ ବୁଲିଛନ୍ତି ଆକ୍ରାନ୍ତ ବ୍ୟାଙ୍କ କର୍ମଚାରୀ

ଢେଙ୍କାନାଳ ଅଫିସ,୨୯।୬:  କରୋନାରେ ଆକ୍ରାନ୍ତ ଜଣେ ବ୍ୟାଙ୍କ କର୍ମଚାରୀ ଗତ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଢେଙ୍କାନାଳ ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରିଥିବା ରବିବାର ଜଣାପଡିଛି। ଏହାକୁ ନେଇ ସହରବାସୀ ଆଶଙ୍କାରେ ଥିବାବେଳେ ଜିଲା ପ୍ରଶାସନ, ପୌରସଂସ୍ଥା ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ସାନିଟାଇଜେଶନ ଜାରି ରହିଛି।
ଘଟଣାରୁ ଜଣାପଡିଛି, ସହରସ୍ଥିତ ବାଜିଚୌକ ଅଞ୍ଚଳର ସମ୍ପୃକ୍ତ ବ୍ୟକ୍ତି କଟକ ଜିଲାର ଏକ ବ୍ୟାଙ୍କରେ କାର୍ଯ୍ୟ କରନ୍ତି। ଦେହ ଖରାପ ହେବାରୁ ଗତ ୨୬ ତାରିଖରେ ତାଙ୍କର କଟକରେ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ଏହାପରେ ସେ ଢେଙ୍କାନାଳ ପଳାଇ ଆସିଥିଲେ। ଦୁଇଦିନ ଧରି ଢେଙ୍କାନାଳ ସହରର ଭାଗିରଥୀ ବିହାର, କୁଞ୍ଜକାନ୍ତ, ଜଣେ ଅବସରପ୍ରାପ୍ତ ଡାକ୍ତରଙ୍କ କ୍ଲିନିକ୍‌, ବିଭିନ୍ନ ଔଷଧ ଦୋକାନ ଏବଂ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇଥିଲେ। ରବିବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ପୌରସଂସ୍ଥା ପକ୍ଷରୁ ଭାଗୀରଥି ବିହାର ଅଞ୍ଚଳ ଓ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଗ୍ନିଶମ ସେବାସଂସ୍ଥା ଦ୍ୱାରା ବିଶୋଧନ କରାଯାଇଛି। ଆକ୍ରାନ୍ତଙ୍କ ପରିବାର ସଦସ୍ୟ ଓ ମିଳାମିଶା କରିଥିବା କେତେଜଣ ବ୍ୟକ୍ତିଙ୍କୁ ପୌରସଂସ୍ଥା କ୍ୱାରାଣ୍ଟାଇନରେ ରଖାଯାଇଛି। ଏଥିସହ ସେ ଯାଇଥିବା ଘରୋଇ କ୍ଲିନିକ ଓ ପାଥୋଲାବକୁ ସାନିଟାଇଜେଶନ ପରେ ବନ୍ଦ କରିଦିଆଯାଇଛି। ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତା ମିଶ୍ର କହିଛନ୍ତି, ଆକ୍ରାନ୍ତ ଜଣକ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ରବିବାର ସକାଳେ ଆସିଥିବାରୁ ଡାକ୍ତରଖାନା ସାନିଟାଇଜ କରାଯାଇଛି। ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିବା ଡାକ୍ତର, ଟେକ୍ନିସିଆନ ଓ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନକୁ ନିଆଯାଇଛି। ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କଟକ ପଠାଯିବ। ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ କହିଛନ୍ତି, ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। କେତେକ ଅଞ୍ଚଳକୁ ବିଶୋଧନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ…

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?