Posted inଜାତୀୟ

ସତ୍ୟପାଠ କେବଳ ଖଣ୍ଡେ କାଗଜ ନୁହେଁ, ବରଂ ଶପଥ ନେଇ ଦିଆଯାଇଥିବା ବୟାନ…

ନୂଆଦିଲ୍ଲୀ,୧୯।୨ : କୋର୍ଟଙ୍କ ସମ୍ମୁଖରେ ଦାଖଲ ହୋଇଥିବା ସତ୍ୟପାଠ ଏକ କାଗଜ ଖଣ୍ଡ ନୁହେଁ, ବରଂ ଏହା ଶପଥ ନେଇ ଦିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ବୟାନ। ତେଣୁ ଏହାକୁ କେବେ ମଧ୍ୟ ଅଣଦେଖା କରାଯାଇ ପାରିବ ନାହିଁ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ଏହା ସହିତ ନୋଏଡ଼ା ପ୍ରାଧିକରଣ ଦ୍ୱାରା ଭୂଖଣ୍ଡ ଆବଣ୍ଟନକୁ ରଦ୍ଦ କରିବା ରାୟକୁ କାଏମ୍‌ ରଖିଛନ୍ତି। ମିଥ୍ୟା ସତ୍ୟପାଠ ଦାଖଲ କରିବା ପରେ ପ୍ରାପ୍ତ ଭୂଖଣ୍ଡକୁ ରଦ୍ଦ କରିବା ପଟ୍ଟା ରଦ୍ଦ କରିବା ଏକ ବୈଧ ଆଧାର ବୋଲି ବିଚାରପତି ହେମନ୍ତ ଗୁପ୍ତା ଏବଂ ଭି. ରାମସୁବ୍ରମଣ୍ୟମଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି।

୨୦୧୦ ଫେବୃୟାରୀ ୨୫ରେ ହାଇକୋର୍ଟଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ରାୟ ବିରୋଧରେ ଶୀର୍ଷକୋର୍ଟରେ କରାଯାଇଥିବା ଅପିଲ୍‌ର ବିଚାର କରି ଖଣ୍ଡପୀଠ ଏଭଳି ରାୟ ଦେଇଛନ୍ତି।

ଆକ୍ଷେପିତ ରାୟରେ ୧୯୯୯ ଡିସେମ୍ବାର ୧୯ରେ ହାଇକୋର୍ଟ ପ୍ରଥମ ଅପିଲ କରାଯାଇଥିବା ଅଦାଲତଙ୍କ ନିଷ୍ପତ୍ତିକୁ କାଏମ୍‌ ରଖିଥିଲେ। ଅପିଲ୍‌ରେ ନିମ୍ନ ଅଦାଲତର ରାୟ ସମ୍ପର୍କରେ ଉଲ୍ଲେଖ କରାଯାଇଥିଲା। ୧୯୮୧ ଅକ୍ଟୋବର ୬ରେ ନୋଏଡ଼ାର ସେକ୍ଟର ୩୦ରେ ଏକ ଆବାସୀୟ ଭୂଖଣ୍ଡକୁ ଡିଫେନ୍ସ ସର୍ଭିସେଜ୍‌ କୋପରେଟିଭ୍‌ ହାଉସିଂ ସୋସାଇଟି ଦ୍ୱାରା ଆବଣ୍ଟିତ କରାଯାଇଥିଲା।

୧୯୯୧ ଅଗଷ୍ଟ ୨୪ରେ ଆବଣ୍ଟିତ ପ୍ଲଟ୍‌କୁ ହସ୍ତାନ୍ତର କରାଯାଇଥିଲା। ତେବେ କେତେକ ସମସ୍ୟା ଯୋଗୁ ଏହା ଆଇନ ଜାଲରେ ଛନ୍ଦି ହୋଇ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?