ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ

କଟକ ଅଫିସ,୧୮ା୧୧:ଭୁବନେଶ୍ୱର ଲୋକସେବା ଭବନ ନିକଟ ଜମିରେ ବହୁତଳ ପ୍ରାସାଦ ବିଶିଷ୍ଟ ବିଧାୟକ କଲୋନି ନିର୍ମାଣ ପାଇଁ ବେଆଇନ ଭାବେ ଗଛ କଟା ନେଇ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲାର ଶୁଣାଣି ଗୁରୁବାର ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇ କଟା ହୋଇଥିବା ୮୭୦ ଗଛର ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ ଏକ ବିଶେଷଜ୍ଞ କମିଟି ଗଠନ କରାଯାଇଥିବା ଦର୍ଶାଯାଇଛି। ଏଥିସହ ୮୭୦ ଗଛର ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ ୨ ମାସ ସମୟ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ପ୍ରାର୍ଥନା କରାଯାଇଥିଲା। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ସରକାରଙ୍କୁ ସମୟ ଦେଇଛନ୍ତି। ଆସନ୍ତା ଫେବୃୟାରୀ ୨୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସାମାଜିକ କର୍ମୀ ଜୟନ୍ତୀ ଦାସଙ୍କ ପକ୍ଷରୁ ଆଗତ ଏହି ମାମଲାର ସେପ୍ଟେମ୍ବର ୭ ତାରିଖ ଶୁଣାଣିରେ ହାଇକୋର୍ଟ ୪ ସପ୍ତାହ ମଧ୍ୟରେ ସତ୍ୟପାଠ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ଏକ ବିଶେଷଜ୍ଞ କମିଟି ଗଠନ କରି କଟା ଯାଇଥିବା ଗଛଗୁଡ଼ିକର ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଲୋକସେବା ଭବନର ଉପନିର୍ଦ୍ଦେଶକ ଇତିଶ୍ରୀ ରାଉତ ସତ୍ୟପାଠ ଜରିଆରେ ହାଇକୋର୍ଟଙ୍କୁ ଉପରୋକ୍ତ ତଥ୍ୟ ବାବଦରେ ଅବଗତ କରାଇଛନ୍ତି। କଟାଗଛର ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ ହୋଇଥିବା ବିଶେଷଜ୍ଞ କମିଟିରେ ଭୁବନେଶ୍ୱର ସିଟି ଫରେଷ୍ଟ ଡିଭିଜନର ଡିଭିଜନାଲ ଫରେଷ୍ଟ ଅଫିସର ଚେୟାରମ୍ୟାନ ଅଛନ୍ତି। ଏଥିସହ ମେମ୍ବର ଭାବେ ରାଜ୍ୟ ସରକାରଙ୍କ ପିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଅତିରିକ୍ତ ସଚିବ, ଓଡ଼ିଶା ବ୍ରିଜ୍‌ ଆଣ୍ଡ୍‌ କନ୍‌ଷ୍ଟ୍ରକଶନ କର୍ପୋରେଶନ ଲିମିଟେଡ୍‌ର ଜେନେରାଲ ମ୍ୟାନେଜର, ଓଏଫଡିସିର ଡିଭିଜନାଲ ମ୍ୟାନେଜର, ବିଡିଏର ଉଦ୍ୟାନ କୃଷିବିତ୍‌, ବିଏମ୍‌ସିର ଉଦ୍ୟାନକୃଷିବିତ୍‌, ରିଜିଓନାଲ ସେଣ୍ଟର ଫର୍‌ ଡେଭେଲପମେଣ୍ଟର କୋଅପରେଶନର ପ୍ରତିନିଧି, ଆମ ଅଧିକାର ସଙ୍ଗଠନର ମୁଖ୍ୟ ଏବଂ ଏକ୍ସପର୍ଟ ମେମ୍ବର ଭାବେ ଭୁବନେଶ୍ୱର ଉଦ୍ୟାନକୃଷି ବିଭାଗର ନିର୍ଦ୍ଦେଶକଙ୍କ ପ୍ରତିନିଧି ଓ ଭୁବନେଶ୍ୱର ରିଜିଓନାଲ ପ୍ଲାଣ୍ଟ ରିସୋର୍ସ ସେଣ୍ଟରର ପ୍ରତିନିଧିଙ୍କୁ ଉକ୍ତ କମିଟିରେ ସାମିଲ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବିଜୟ କୁମାର ରଗଡ଼ ମାମଲା ପରିଚାଳନା କରୁଛନ୍ତି।
ଏହି ଜନସ୍ବାର୍ଥ ମାମଲାରେ ଆବେଦନକାରୀ ଦର୍ଶାଇଛନ୍ତି, ରାଜ୍ୟ ସରକାରଙ୍କ ଦ୍ୱାରା ନୂତନ ବିଧାୟକ କଲୋନି ନିର୍ମାଣ ପାଇଁ ବେଆଇନ ଭାବେ କଟାଯାଇଛି ୮୭୦ଟି ପୁରୁଣା ଗଛ। ପ୍ରାୟ ୧୫୦ ବର୍ଷରୁ ଅଧିକ ପୁରୁଣା ଗଛଗୁଡ଼ିକୁ କଟାଯିବା ଦ୍ୱାରା ପରିବେଶ ଉପରେ କୁପ୍ରଭାବ ପଡ଼ିବ। ରାଜ୍ୟ ବିଧାନସଭାର ୧୪୭ ଜଣ ବିଧାୟକଙ୍କ ପାଇଁ କଲୋନି ରହିଥିବାବେଳେ ତାହାକୁ ଭଙ୍ଗାଯାଇ ସେହି ଜାଗାରେ ନୂତନ ବହୁତଳ ବିଲ୍ଡିଂ ନିର୍ମାଣ କରାଯାଇପାରିଥାନ୍ତା। ମାତ୍ର ତାହା ନ କରି ଏତେ ସଂଖ୍ୟକ ପୁରୁଣା ଗଛ କଟାଯାଇ ପରିବେଶ ପ୍ରଦୂଷଣକୁ ଅଣଦେଖା କରାଯାଇଛି। ଏଥିସହ ସରକାର ୮୭୦ଟି ପୁରୁଣା ଗଛର ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ କୌଣସି ବିଶେଷଜ୍ଞ କମିଟି ଗଠନ କରିନାହାନ୍ତି। ଅପରପକ୍ଷରେ ସରକାରଙ୍କ ପକ୍ଷରୁ ଅଦାଲତଙ୍କୁ ଅବଗତ କରାଯାଇଥିଲା ଯେ, କଟାଯାଇଥିବା ୮୭୦ଟି ପୁରୁଣା ଗଛ ବଦଳରେ ୧୦ ଗୁଣା ଅର୍ଥାତ୍‌ ୮୭୦୦ଟି ଗଛ ସହରର ଅନ୍ୟାନ୍ୟ ସ୍ଥାନରେ ଲଗାଇବା ନିମନ୍ତେ ଅର୍ଥ ଯୋଗାଇ ଦିଆଯାଇଛି। ପ୍ରାୟ ୬୭ ଲକ୍ଷ ଟଙ୍କା ବନୀକରଣ ଓ ରକ୍ଷଣାବେକ୍ଷଣ ବାବଦରେ ଖର୍ଚ୍ଚ କରାଯିବା ନିମନ୍ତେ ଅର୍ଥ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ସମସ୍ତ ପ୍ରକ୍ରିୟା ଆଇନ ଅନୁଯାୟୀ କରାଯାଇଥିବା ନେଇ ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ମାତ୍ର ଗଛକଟା ଓ ବନୀକରଣ ନେଇ ରହିଥିବା ସୁପ୍ରିମକୋର୍ଟଙ୍କ ଗାଇଡ୍‌ ଲାଇନ ପାଳନ କରାଯାଇ ନ ଥିବା ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା। ଏଥିସହ ବିଶେଷଜ୍ଞ କମିଟି ଦ୍ୱାରା କଟାଯାଇଥିବା ଗଛଗୁଡ଼ିକର ମୂଲ୍ୟ ନିର୍ଦ୍ଧାରଣ ନିମନ୍ତେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri