ସୁଲଭ ମୂଲ୍ୟରେ ମିଳିବ ୪ଜି ସ୍ମାର୍ଟଫୋନ୍‌

ଭୁବନେଶ୍ୱର, ୧୭।୭: ଦେଶର ପ୍ରମୁଖ ସ୍ମାର୍ଟଫୋନ୍‌ ତଥା ଉପଭୋକ୍ତା ଟେକ୍ନୋଲୋଜି ବ୍ରାଣ୍ଡ୍‌ ପୋକୋ ଇଣ୍ଡିଆ ଏବଂ ଏୟାରଟେଲ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା/ବୁଝାମଣା ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ପୋକୋ ଇଣ୍ଡିଆ ସବୁଠାରୁ ଶସ୍ତା ୪ଜି ସ୍ମାର୍ଟଫୋନ୍‌ର ଶୁଭାରମ୍ଭ କରିବା ପାଇଁ ଏୟାରଟେଲ୍‌ ସହ ସହଭାଗିତା କରିଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି ସୁଲଭ ମୂଲ୍ୟରେ ୪ଜି ସ୍ମାର୍ଟଫୋନ ଭାରତୀୟମାନେ ସହଜରେ ପାଇପାରିବେ ବୋଲି ଉଭୟ ସଂସ୍ଥା ପକ୍ଷରୁ ଘୋଷଣା କରାଯାଇଛି। ଅପରପକ୍ଷରେ ପୋକୋ ସି୫୧ ଏୟାରଟେଲ୍‌ ପ୍ରିପେଡ୍‌ କନେକ୍ସନ ସହ ଫ୍ଲିପ୍‌କାର୍ଟରେ ଉପଲବ୍ଧ ହେବ।
ଏ ସମ୍ପର୍କରେ ପୋକୋ ଇଣ୍ଡିଆର କଣ୍ଟ୍ରି ହେଡ୍‌ ହିମାଂଶୁ ଟଣ୍ଡନ କହିଛନ୍ତି, ଆମେ ଏୟାରଟେଲ୍‌ ସହ ସହଭାଗିତା କରି ବେଶ୍‌ ଉତ୍ସାହିତ ଅଛୁ। ଏୟାରଟେଲର ବିସ୍ତୃତ ନେଟ୍‌ୱର୍କର ବ୍ୟବହାର କରି ଆମେ ପୋକୋର ଅତ୍ୟାଧୁନିକ ଟେକ୍ନୋଲୋଜିର ଲାଭକୁ ବହୁ ସଂଖ୍ୟକ ଗ୍ରାହକଙ୍କୁ ପ୍ରଦାନ କରିବୁ ଏବଂ ପୋକୋ ସି୫୧କୁ ସ୍ମାର୍ଟଫୋନ୍‌ କ୍ରେତାଙ୍କ ପାଇଁ ଏକ ଶକ୍ତିଶାଳୀ ମୂଲ୍ୟ ପ୍ରସ୍ତାବରେ ପରିଣତ କରିବୁ। ସେହିଭଳି ଭାରତୀ ଏୟାରଟେଲ୍‌ର କଞ୍ଜ୍ୟୁମର ବିଜନେସର ନିର୍ଦ୍ଦେଶକ ଶାଶ୍ୱତ ଶର୍ମା କହିଛନ୍ତି, ଫ୍ଲିପ୍‌କାର୍ଟରେ ସମସ୍ତ ଏୟାରଟେଲ୍‌ ଗ୍ରାହକଙ୍କ ପାଇଁ ପୋକୋ ସି୫୧କୁ ଅଧିକ ପହଞ୍ଚଯୋଗ୍ୟ କରିବା ଲାଗି ଏହି ସ୍ବତନ୍ତ୍ର ସହଭାଗିତା ସହିତ ଆମେ ରୋମାଞ୍ଚିତ ଅନୁଭବ କରୁଛୁ। ସେହିପରି ଫ୍ଲିପ୍‌କାର୍ଟର ମୋବାଇଲ୍ସ ବିଭାଗର ବରିଷ୍ଠ ନିର୍ଦ୍ଦେଶକ କୁନାଲ ଗୁପ୍ତା କହିଛନ୍ତି, ନୂଆ ପୋକୋ ସି୫୧ର ଉନ୍ମୋଚନ ଏୟାରଟେଲ୍‌ର ଏକ ମୂଲ୍ୟ ଯୋଗକାରୀ ଉପତ୍ାଦ ସହ ମିଳିତ ଥିବା ସ୍ମାର୍ଟଫୋନ୍‌ ଅନୁଭୂତିକୁ ଅଧିକ ସୁଲଭ ସହ କ୍ରୟକୁ ବାଧାମୁକ୍ତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri