କ୍ୟାନ୍‌ସର ରୋଗୀଙ୍କୁ ସୁଲଭ ମୂଲ୍ୟରେ ଗୁଣାତ୍ମକ ଚିକିତ୍ସା: ନବୀନ

ଭୁବନେଶ୍ୱର,୧୬ା୨ (ଅଭୟ ଦାଶ): ବୈଷୟିକ ଜ୍ଞାନକୌଶଳ ଏବଂ ଅତ୍ୟାଧୁନିକ ଯନ୍ତ୍ରପାତିରେ ସଜ୍ଜିତ ଭୁବନେଶ୍ୱରର ବାଗ୍‌ଚୀ ଶ୍ରୀ ଶଙ୍କରା କ୍ୟାନ୍‌ସର ସେଣ୍ଟର ଆଣ୍ଡ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ (ବିଏସ୍‌ଏସ୍‌ସିସିଆର୍‌ଆଇ) ବିଶ୍ୱସ୍ତରୀୟ ମାନର ଚିକିତ୍ସା ସୁବିଧା କ୍ୟାନ୍‌ସର ରୋଗୀଙ୍କୁ ଯୋଗାଇଦେବ ବୋଲି ଏହାର ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କିଛି କହିଛନ୍ତି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ଇନ୍‌ଫୋ ଭ୍ୟାଲି ବଡ ରଘୁନାଥପୁରଠାରେ ବିଏସ୍‌ଏସ୍‌ସିସିଆର୍‌ଆଇ (ବେଙ୍ଗାଲୁରୁର ଜଣାଶୁଣା ଘରୋଇ ଚିକିତ୍ସାଳୟ ତଥା ଶ୍ରୀ ଶଙ୍କରା କ୍ୟାନ୍‌ସର ଫାଉଣ୍ଡେଶନର ଏକ ୟୁନିଟ୍‌)ର ୭୫୦ ଶଯ୍ୟା ବିଶିଷ୍ଟ କର୍କଟ ଚିିକିତ୍ସାଳୟକୁ ଗୁରୁବାର ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ ସହ ଦେଶବାସୀଙ୍କ ସେବାରେ ଲୋକାର୍ପଣ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ସୁବ୍ରତୋ ବାଗ୍‌ଚୀ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନ ଓ ଆନ୍ତରିକତା ଯୋଗୁ ଆମେ ଏହି ହସ୍ପିଟାଲ ପ୍ରତିଷ୍ଠା କରିବା ପାଇଁ ସକ୍ଷମ ହୋଇଛୁ। ଆମ ରାଜ୍ୟର କ୍ୟାନ୍‌ସର ରୋଗୀମାନଙ୍କୁ ବିଶ୍ୱମାନର ଚିକିତ୍ସା ସୁବିଧା ଯୋଗାଇଦେବା ପାଇଁ ରାଜ୍ୟ ସରକାର ୨୨ ଏକର ଜମି ଯୋଗାଇ ଦେଇଛନ୍ତି। ଓଡ଼ିଶାର କ୍ୟାନ୍‌ସର ରୋଗୀ ଆଉ ରାଜ୍ୟ ବାହାରକୁ ଯିବେ ନାହିଁ। ଏଠାରେ ରହି କ୍ୟାନ୍‌ସର ଚିକିତ୍ସା କ୍ଷେତ୍ରରେ ଅତ୍ୟାଧୁନିକ ଚିକିତ୍ସା ସୁବିଧା ପାଇବେ।

ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ହସ୍ପିଟାଲ ଓଡ଼ିଶା ତଥା ପୂର୍ବ ଭାରତରେ କ୍ୟାନ୍‌ସର ରୋଗୀଙ୍କୁ ଗୁଣାତ୍ମକ ମାନର ଚିକିତ୍ସା ସୁଲଭ ମୂଲ୍ୟରେ ପ୍ରଦାନ କରିବ। ଏପରିକି କ୍ୟାନ୍‌ସର ଚିକିତ୍ସା କ୍ଷେତ୍ରରେ ଏହା ଏକ ନୂତନ ଅଧ୍ୟାୟ ଆରମ୍ଭ କରିବ। ଏହି ହସ୍ପିଟାଲ ମାଧ୍ୟମରେ ରାଜ୍ୟର ଏକ ତୃତୀୟାଂଶ କ୍ୟାନ୍‌ସର ରୋଗୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଥିଲେ। ବିଶେଷକରି ବାଗ୍‌ଚୀ ପରିବାର ଓ ଶ୍ରୀ ଶଙ୍କରା କ୍ୟାନ୍‌ସର ସେଣ୍ଟରର ଏହି ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହ କହିଥିଲେ, ରାଜ୍ୟବାସୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୋ ସରକାର ନିରନ୍ତର ଉଦ୍ୟମ କରିଆସୁଛି। ବିଗତ ୨ ଦଶନ୍ଧି ମଧ୍ୟରେ ଓଡ଼ିଶା ପୂର୍ବ ଭାରତରେ ଏକ ଅଗ୍ରଣୀ ସ୍ବାସ୍ଥ୍ୟସେବା କ୍ଷେତ୍ର ଭାବେ ପରିଗଣିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri