Posted inଖେଳ

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ ବାଦ୍‌ ଦିଆଯିବାକୁ ନେଇ ବଡ଼ ପ୍ରଶ୍ନ ଉଠିଛି। ଭାରତର ପୂର୍ବତନ ଓପନର୍‌ କୃଷ୍ଣମାଚାରୀ ଶ୍ରୀକାନ୍ତ ଏହି ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଶ୍ରୀକାନ୍ତଙ୍କ ମତରେ, ପୂର୍ବ ମ୍ୟାଚରେ ପ୍ଲେୟର ଅଫ ଦି ମ୍ୟାଚ ହୋଇଥିବା ବୈଭବଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ଡ୍ରପ କରାଯିବା ଠିକ ନୁହେଁ। ଏହାକୁ ସେ ବୈଭବଙ୍କ ସହ ହୋଇଥିବା ଅନ୍ୟାୟ ବୋଲି କହିଛନ୍ତି।

ଶ୍ରୀକାନ୍ତ ନିଜ ୟୁଟ୍ୟୁବ ଚ୍ୟାନେଲରେ କହିଛନ୍ତି ଯେ, ପ୍ରଥମ T20ରେ ବୈଭବ ଖେଳୁନଥିବା ଦେଖି ସେ ମ୍ୟାଚ ବଦଳରେ ମୁଭି ଦେଖିବାକୁ ଚାଲିଯାଇଥିଲେ। ବୈଭବଙ୍କୁ ପ୍ଲେଇଂ ଇଲେଭେନରେ ନଦେଖି ତାଙ୍କ ପତ୍ନୀ ମଧ୍ୟ ଆଶ୍ଚର୍ଯ୍ୟ ହୋଇଥିଲେ।

ଶ୍ରୀକାନ୍ତ କହିଛନ୍ତି, ତାଙ୍କ ପତ୍ନୀ ମଧ୍ୟ ପ୍ରଶ୍ନ କରିଥିଲେ ଯେ, ଗତ ମ୍ୟାଚରେ ପ୍ଲେୟର ଅଫ ଦି ମ୍ୟାଚ ହୋଇଥିବା ଖେଳାଳିଙ୍କୁ କାହିଁକି ବାଦ ଦିଆଗଲା? ତାଙ୍କ ମତରେ ବୈଭବଙ୍କ ସହ ଏଭଳି ବ୍ୟବହାର ଠିକ ନୁହେଁ। ଶ୍ରୀକାନ୍ତ ଭାରତୀୟ ଟିମ ମ୍ୟାନେଜମେଣ୍ଟକୁ ବୈଭବଙ୍କ ଉପରେ ଭରସା ରଖିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ଯେ, ଜଣେ ଯୁବ ଖେଳାଳିଙ୍କୁ ସୁଯୋଗ ଦେବା ସହ ତାଙ୍କ ଉପରେ ଭରସା ରଖିବା ମଧ୍ୟ ଜରୁରୀ।

ସେ ଆହୁରି କହିଛନ୍ତି ଯେ, ଓପନିଂ ଯୋଡ଼ିକୁ ବାରମ୍ବାର ବଦଳାଇବା ଟିମ ପାଇଁ ଭଲ ନୁହେଁ। ଯଦି କୌଣସି ଖେଳାଳିଙ୍କୁ ଦଳରେ ରଖାଯାଉଛି, ତେବେ ତାଙ୍କୁ ନିଜକୁ ପ୍ରମାଣ କରିବା ପାଇଁ ପର୍ଯ୍ୟାପ୍ତ ସୁଯୋଗ ମିଳିବା ଉଚିତ।
ଆଫଗାନିସ୍ତାନ ବିପକ୍ଷ ପ୍ରଥମ T20ରେ ବୈଭବଙ୍କୁ ବେଞ୍ଚରେ ବସାଇ ସଞ୍ଜୁ ସାମସନ ଓ ଅଭିଷେକ ଶର୍ମାଙ୍କୁ ଓପନିଂ ପାଇଁ ପଠାଯାଇଥିଲା।

ଏହାକୁ ନେଇ ଶ୍ରୀକାନ୍ତ କହିଛନ୍ତି ଯେ, ଟିମ ଇଣ୍ଡିଆକୁ ଗୋଟିଏ ନିଷ୍ପତ୍ତିରେ ସ୍ଥିର ରହିବା ଦରକାର। ଯଦି ସଞ୍ଜୁ ସାମସନଙ୍‌ଙ୍କୁ ଖେଳାଯାଉଛି, ତେବେ ତାଙ୍କୁ ପର୍ଯ୍ୟାପ୍ତ ମ୍ୟାଚ ଦେବା ଦରକାର। ସେହିପରି ବୈଭବଙ୍କୁ ଖେଳାଇଲେ ମଧ୍ୟ ତାଙ୍କୁ ଲଗାତାର ସୁଯୋଗ ମିଳିବା ଆବଶ୍ୟକ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?