କାବୁଲ, ୭ା୧୦ (ପି.ଟି.): ଆଫଗାନିସ୍ତାନ ଟପ୍ ଅର୍ଡର ବ୍ୟାଟ୍ସମ୍ୟାନ ନାଜିବ ତାରକାଇଙ୍କର ମୃତ୍ୟୁ ଘଟିଛି। ଗତ ୨ତାରିଖରେ ଏକ ସଡ଼କ ଦୁର୍ଘଟଣାରେ ସେ ଗୁରୁତର ଭାବେ ଆଘାତପ୍ରାପ୍ତ ହୋଇଥିଲେ। ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ନଜିବଙ୍କୁ ୨୯ବର୍ଷ ବୟସ ହୋଇଥିଲା। ନାଜିବ ପ୍ରଥମେ ନଙ୍ଗାରହାରରେ ଚିକିତ୍ସିତ ହେଉଥିଲେ। ବିଶେଷ ଚିକିତ୍ସା ପାଇଁ ତାଙ୍କୁ କାବୁଲ କିମ୍ବା ଦେଶ ବାହାରକୁ ପଠାଯିବାର ଯୋଜନା ଚାଲିଥିଲା ବୋଲି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପ୍ରକାଶ କରିଛି। ନାଜିବ ଜାତୀୟ ଦଳ ତରଫରୁ ୧୨ଅନ୍ତର୍ଜାତୀୟ ଟି୨୦ ଓ ଗୋଟିଏ ଅନ୍ତର୍ଜାତୀୟ ଦିନିକିଆ ଖେଳିଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ୨୦୧୪ରେ ବାଂଲାଦେଶରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍ ତାଙ୍କର ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ୨୦୧୭ ମାର୍ଚ୍ଚରେ ଏକ ଅନ୍ତର୍ଜାତୀୟ ଟି୨୦ ସିରିଜରେ ସେ ଆୟର୍ଲାଣ୍ଡ ବିପକ୍ଷରେ ୯୦ ରନ ସଂଗ୍ରହ କରିଥିଲେ, ଯାହାକି ତାଙ୍କର ଶ୍ରେଷ୍ଠ ଅନ୍ତର୍ଜାତୀୟ ସ୍କୋର ଥିଲା। ସେ ତାଙ୍କର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍ ୨୦୧୯ ସେପ୍ଟେମ୍ବରରେ ବାଂଲାଦେଶ ବିପକ୍ଷରେ ଖେଳିଥିଲେ।
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…
ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...
ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍ ଜଗତରେ ପଡ଼ିଗଲା ଚହଳ
ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...
ନେମାରଙ୍କ ଅସ୍ତ୍ରୋପଚାର ସଫଳ
ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...
୬ ବଲ୍ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍; ପ୍ରଥମ ଥର…
ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍ରେ ଏହି କାରନାମା କରିବା ବହୁତ...
ଆଶେସ୍ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...
ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ
ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...
ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?
ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...
Archives


