Posted inଖେଳ

ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ ନାଜିବଙ୍କ ମୃତ୍ୟୁ

କାବୁଲ, ୭ା୧୦ (ପି.ଟି.): ଆଫଗାନିସ୍ତାନ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ନାଜିବ ତାରକାଇଙ୍କର ମୃତ୍ୟୁ ଘଟିଛି। ଗତ ୨ତାରିଖରେ ଏକ ସଡ଼କ ଦୁର୍ଘଟଣାରେ ସେ ଗୁରୁତର ଭାବେ ଆଘାତପ୍ରାପ୍ତ ହୋଇଥିଲେ। ତାଙ୍କର ଅସ୍ତ୍ରୋପଚାର ହୋଇଥିଲା। ନଜିବଙ୍କୁ ୨୯ବର୍ଷ ବୟସ ହୋଇଥିଲା। ନାଜିବ ପ୍ରଥମେ ନଙ୍ଗାରହାରରେ ଚିକିତ୍ସିତ ହେଉଥିଲେ। ବିଶେଷ ଚିକିତ୍ସା ପାଇଁ ତାଙ୍କୁ କାବୁଲ କିମ୍ବା ଦେଶ ବାହାରକୁ ପଠାଯିବାର ଯୋଜନା ଚାଲିଥିଲା ବୋଲି ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପ୍ରକାଶ କରିଛି। ନାଜିବ ଜାତୀୟ ଦଳ ତରଫରୁ ୧୨ଅନ୍ତର୍ଜାତୀୟ ଟି୨୦ ଓ ଗୋଟିଏ ଅନ୍ତର୍ଜାତୀୟ ଦିନିକିଆ ଖେଳିଥିଲେ। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ ୨୦୧୪ରେ ବାଂଲାଦେଶରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ ତାଙ୍କର ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ। ୨୦୧୭ ମାର୍ଚ୍ଚରେ ଏକ ଅନ୍ତର୍ଜାତୀୟ ଟି୨୦ ସିରିଜରେ ସେ ଆୟର୍ଲାଣ୍ଡ ବିପକ୍ଷରେ ୯୦ ରନ ସଂଗ୍ରହ କରିଥିଲେ, ଯାହାକି ତାଙ୍କର ଶ୍ରେଷ୍ଠ ଅନ୍ତର୍ଜାତୀୟ ସ୍କୋର ଥିଲା। ସେ ତାଙ୍କର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍‌ ୨୦୧୯ ସେପ୍ଟେମ୍ବରରେ ବାଂଲାଦେଶ ବିପକ୍ଷରେ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?