Posted inଖେଳ

ହୃଦୟ ଜିତିଲେ ଆଫଗାନିସ୍ତାନ କ୍ରିକେଟର୍‌

ଲଣ୍ଡନ,୨୫।୮: ଆଫଗାନିସ୍ତାନ କ୍ରିକେଟର୍‌ ରସିଦ ଖାନଙ୍କ ଚମତ୍କାର ବ୍ୟାଟିଂ ହେତୁ ସସେକ୍ସ ଦଳ ୨୦୧୮ପରେ ଟି -୨୦ ବ୍ଲାଷ୍ଟରେ ପ୍ରଥମଥର ସେମିଫାଇନାଲରେ ପ୍ରବେଶ କରିବାରେ ସଫଳ ହୋଇଛି। କ୍ୱାର୍ଟର ଫାଇନାଲରେ ସସେକ୍ସ ୟର୍କସାୟାରକୁ ୫ ଉଇକେଟରେ ପରାସ୍ତ କରିଛି। ୭ ଉଇକେଟ ହରାଇ ୟର୍କସାୟାର ୧୭୭ ରନ ସଂଗ୍ରହ କରିଥିଲା। ସସେକ୍ସଙ୍କ ପାଇଁ ଏଭଳି ସ୍କୋରକୁ ଗୋଡ଼ାଇବା କଷ୍ଟକର ହୋଇପଡିଥିବାବେଳେ ସେମାନଙ୍କ ଉଇକେଟ ମଧ୍ୟ ନିୟମିତ ବ୍ୟବଧାନରେ ହ୍ରାସ ପାଉଛି। କିନ୍ତୁ ରସିଦ ଖାନ ପୁନର୍ବାର ବ୍ୟାଟ୍ସମ୍ୟାନ ଭାବରେ ଆଶା ପୂରଣ କରିଥିଲେ। ସେ ୯ ବଲରେ ୨୭ ରନ ସ୍କୋର କରି ୟର୍କସାୟାରକୁ ପରାସ୍ତ କରିଥିଲେ। ରସିଦଙ୍କ ଇନିଂସରେ ୩ ଚୌକା ଓ ଦୁଇଟି ଛକା ଅନ୍ତର୍ଭୁକ୍ତ ହୋଇଥିଲା। ୧୮ତମ ଓଭରରେ ରସିଦ ଖାନ ବ୍ୟାଟିଂ କରିବାକୁ ବାହାରିଥିଲେ ସେତେବେଳେ ସସେକ୍ସଙ୍କ ଚାରିଟି ଉଇକେଟ ଖସି ଯାଇଥିଲା। ଜିତିବା ପାଇଁ୨୧ ବଲରୁ ୪୩ ରନ ଆବଶ୍ୟକ ଥିଲା। ରସିଦ ଖାନ କ୍ରିଜକୁ ଆସିବା ମାତ୍ରେ ଝଲକ ଦେଖାଇଥିଲେ। ନିଜ ଦେଶକୁ ତାଲିବାନମାନେ କବ୍‌ଜା କରିଥିବାବେଳେ ରସିଦ ଚାପରେ ଥାଇ ଚମତ୍କାର ଖେଳ ପ୍ରଦର୍ଶନ କରି ସମସ୍ତଙ୍କ ଦୃଦୟ ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri