Posted inଖେଳ

ପାକିସ୍ତାନୀଙ୍କ ସହ ମାର୍‌ପିଟ; ହେଲେ ଭାରତୀୟଙ୍କୁ ଆଲିଙ୍ଗନ କରି ଆଫଗାନ ପ୍ରଶଂସକ ଦେଲେ ସ୍ଲୋଗାନ୍‌

ଦୁବାଇ,୯।୯: ଏସିଆ କପ୍‌ ୨୦୨୨ରେ ଆଫଗାନିସ୍ତାନ-ପାକିସ୍ତାନ ମଧ୍ୟରେ ବୁଧବାର ଅନୁଷ୍ଠିତ ମ୍ୟାଚ୍‌ରେ ଦୁଇ ଦଳର ଖେଳାଳିଙ୍କ ବ୍ୟତିତ ପ୍ରଶଂସକଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ମଇଦାନରେ ଖେଳାଳିମାନେ ମୁହାଁମୁହିଁ ହୋଇଥିବା ବେଳେ ଦର୍ଶକ ଗ୍ୟାଲେରୀ ଏବଂ ଷ୍ଟାଡିୟମ ବାହାରେ ପ୍ରଶଂସକଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ ଦେଖିବାକୁ ମିଳିଥିଲା। ହେଲେ ଘଟଣାର  ଦିନକ ପରେ ଅର୍ଥାତ ଗୁରୁବାର ଭାରତ ବନାମ ଆଫଗାନିସ୍ତାନ ମ୍ୟାଚ୍‌ରେ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି।

ଏସିଆ କପ୍‌ର ସୁପର-୪ ପର୍ଯ୍ୟାୟରେ ଭାରତର ଅନ୍ତିମ ମ୍ୟାଚ୍‌ ଆଫଗାନିସ୍ତାନ ବିପକ୍ଷରେ ଥିଲା। ଏହି ମ୍ୟାଚ୍‌ରେ ଭାରତ ୧୦୧ରନ୍‌ରେ ବିଜେତା ହୋଇଥିଲା। ତେବେ ଏହି ମ୍ୟାଚ୍‌ ବେଳେ ଉଭୟ ଦେଶର ପ୍ରଶଂସକ ଭାଇଚାରାର ନିଦର୍ଶନ ଦେଇଛନ୍ତି, ଯାହାର ଭିଡିଓ ଭାଇରାଲ ହେଉଛି।

ଆଫଗାନିସ୍ତାନ ଏବଂ ଭାରତୀୟ ପ୍ରଶଂସକ ପରସ୍ପରକୁ ଆଲିଙ୍ଗନ କରି ଭାରତ ଏବଂ ଆଫଗାନିସ୍ତାନ ଜିନ୍ଦାବାଦର ସ୍ଲୋଗାନ ଦେଇଛନ୍ତି। ଏହାର ଏକ ଭିଡିଓ ଆଫଗାନିସ୍ତାନର ଜଣେ ବ୍ୟକ୍ତି ଶେୟାର କରିଥିଲେ। ଭିଡିଓଟି ଏବେ ବେଶ ଭାଇରାଲ ହେଉଛି।

ଦେଖନ୍ତୁ ଭିଡିଓ:

Spirit of brotherhood. Afghan and Indian fans during #AFGvsIND cricket match. 🇦🇫🇮🇳 pic.twitter.com/UweUaAwUwi

— Habib Khan (@HabibKhanT) September 9, 2022


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri