Posted inଖେଳ

ପାକିସ୍ତାନୀଙ୍କ ସହ ମାର୍‌ପିଟ; ହେଲେ ଭାରତୀୟଙ୍କୁ ଆଲିଙ୍ଗନ କରି ଆଫଗାନ ପ୍ରଶଂସକ ଦେଲେ ସ୍ଲୋଗାନ୍‌

ଦୁବାଇ,୯।୯: ଏସିଆ କପ୍‌ ୨୦୨୨ରେ ଆଫଗାନିସ୍ତାନ-ପାକିସ୍ତାନ ମଧ୍ୟରେ ବୁଧବାର ଅନୁଷ୍ଠିତ ମ୍ୟାଚ୍‌ରେ ଦୁଇ ଦଳର ଖେଳାଳିଙ୍କ ବ୍ୟତିତ ପ୍ରଶଂସକଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ମଇଦାନରେ ଖେଳାଳିମାନେ ମୁହାଁମୁହିଁ ହୋଇଥିବା ବେଳେ ଦର୍ଶକ ଗ୍ୟାଲେରୀ ଏବଂ ଷ୍ଟାଡିୟମ ବାହାରେ ପ୍ରଶଂସକଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ ଦେଖିବାକୁ ମିଳିଥିଲା। ହେଲେ ଘଟଣାର  ଦିନକ ପରେ ଅର୍ଥାତ ଗୁରୁବାର ଭାରତ ବନାମ ଆଫଗାନିସ୍ତାନ ମ୍ୟାଚ୍‌ରେ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଛି।

ଏସିଆ କପ୍‌ର ସୁପର-୪ ପର୍ଯ୍ୟାୟରେ ଭାରତର ଅନ୍ତିମ ମ୍ୟାଚ୍‌ ଆଫଗାନିସ୍ତାନ ବିପକ୍ଷରେ ଥିଲା। ଏହି ମ୍ୟାଚ୍‌ରେ ଭାରତ ୧୦୧ରନ୍‌ରେ ବିଜେତା ହୋଇଥିଲା। ତେବେ ଏହି ମ୍ୟାଚ୍‌ ବେଳେ ଉଭୟ ଦେଶର ପ୍ରଶଂସକ ଭାଇଚାରାର ନିଦର୍ଶନ ଦେଇଛନ୍ତି, ଯାହାର ଭିଡିଓ ଭାଇରାଲ ହେଉଛି।

ଆଫଗାନିସ୍ତାନ ଏବଂ ଭାରତୀୟ ପ୍ରଶଂସକ ପରସ୍ପରକୁ ଆଲିଙ୍ଗନ କରି ଭାରତ ଏବଂ ଆଫଗାନିସ୍ତାନ ଜିନ୍ଦାବାଦର ସ୍ଲୋଗାନ ଦେଇଛନ୍ତି। ଏହାର ଏକ ଭିଡିଓ ଆଫଗାନିସ୍ତାନର ଜଣେ ବ୍ୟକ୍ତି ଶେୟାର କରିଥିଲେ। ଭିଡିଓଟି ଏବେ ବେଶ ଭାଇରାଲ ହେଉଛି।

ଦେଖନ୍ତୁ ଭିଡିଓ:

Spirit of brotherhood. Afghan and Indian fans during #AFGvsIND cricket match. 🇦🇫🇮🇳 pic.twitter.com/UweUaAwUwi

— Habib Khan (@HabibKhanT) September 9, 2022


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri