Posted inଖେଳ

ବିଶ୍ୱକପ୍‌ରେ ବଡ଼ ବିପର୍ଯ୍ୟୟ: ଇଂଲଣ୍ଡକୁ ହରାଇଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୧୫।୧୦(୦୭): ବିଶ୍ୱକପ୍‌ ୨୦୨୩ରେ ରବିବାର ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଗତଥର ଚାମ୍ପିଅନ୍‌ ଇଂଲଣ୍ଡକୁ ୬୯ରେ ରନ୍‌ରେ ପରାସ୍ତ କରିଛି ଆଫଗାନିସ୍ତାନ। ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଆଫଗାନିସ୍ତାନ ୪୯.୫ ଓଭରରେ ୨୮୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ୨୮୫ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ଇଂଲଣ୍ଡ ୪୦.୩ ଓଭରରେ ୨୧୫ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଇଂଲଣ୍ଡ ପକ୍ଷରୁ ହ୍ୟାରି ବ୍ରୁକ୍‌ଙ୍କୁ ଛାଡିଦେଲେ କୌଣସି ବ୍ୟାଟ୍ସମ୍ୟାନ୍‌ କ୍ରିଜ୍‌ରେ ଅଧିକ ସମୟ ତିଷ୍ଠି ପାରି ନ ଥିଲେ। ବ୍ରୁକ୍‌ ଦଳ ପକ୍ଷରୁ ସର୍ବାଧିକ ୬୧ ବଲ୍‌ରେ ୬୬ ରନ୍‌ କରିଥିଲେ। ସେହିପରି ଡେଭିଡ ମଲାନ ୩୨, ଜୋ ରୁଟ ୧୧, ଆଦିଲ ରଶିଦ ୨୦, ମାର୍କ ଉଡ ୧୧ ରନ୍‌ କରିଥିଲେ। ଆଫଗାନିସ୍ତାନ ପକ୍ଷରୁ ମୁଜିବଉର ରେହମାନ ଏବଂ ରଶିଦ ଖାଁ ଚମତ୍କାର ବୋଲିଂ କରି ୩ଟି ଲେଖାଏ ଉଇକେଟ୍‌ ନେଇଥିଲେ। ମହମ୍ମଦ ନବୀ ୨, ଫଜଲହକ ଫାରୁକି ଏବଂ ନବୀନ ଉଲ ହକ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।
ଏହାପୂର୍ବରୁ ଆଫଗାନିସ୍ତାନର ଦୁଇ ଓପନ ରେହମାନୁଲ୍ଲା ଗୁରବାଜ ଏବଂ ଇବ୍ରାହିମ ଜଦ୍ରାନ ପ୍ରାରମ୍ଭରୁ ଧର୍ଯ୍ୟର ସହ ବ୍ୟାଟିଂ କରି ପ୍ରଥମ ଉଇକେଟରେ ୧୧୪ ରନ ଯୋଡ଼ି ଥିଲେ। ଗୁରବାଜ ୫୭ ବଲ୍‌ରେ ୮୦ ରନ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିବା ବେଳେ ଜଦ୍ରାନ ୨୮ ରନ କରିଥିଲେ। ଇକ୍ରାମ ଆଲିଖିଲ ଲଢୁଆ ବ୍ୟାଟିଂ କରି ୫୮ ରନ କରିଥିଲେ। ସେହିପରି ରସିଦ ଖାଁ ୨୩ ଏବଂ ମୁଜିବ ଉର୍‌ ରେହମାନ ୨୮ ରନ୍‌ର ଉପଯୋଗୀ ଇନିଂସ ଯୋଗୁ ଆଫଗାନିସ୍ତାନ ୨୮୪ ରନ କରିବାରେ ସକ୍ଷମ ହୋଇଥିଲା।
ଇଂଲଣ୍ଡର ଆଦିଲ ରସିଦ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ମାର୍କ ଉଡ ୨ ଉଇକେଟ ନେଇଥିଲେ। ସେହିପରି ଜୋ ରୁଟ, ଲିଆମ ଲିଭିଙ୍ଗଷ୍ଟୋନ ଏବଂ ରିସ ଟପଲେ ଗୋଟିଏ ଲେଖାଏ ଉଇକେଟ ନେବାରେ ସଫଳ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?